ହେବନାହିଁ ୯ମ ଶ୍ରେଣୀ ଇତିହାସ-ଭୂଗୋଳ ପରୀକ୍ଷା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): କରୋନାର ପ୍ରଭାବ ପଡ଼ିଛି ରାଜ୍ୟର ଶିକ୍ଷା ବ୍ୟବସ୍ଥା ଉପରେ। ଚଳିତ ୧୪ରେ ଶେଷ ହେବାକୁ ଥିବା ଲକ୍‌ଡାଉନ୍‌ ଅବଧି ୩୦କୁ ବୃଦ୍ଧି ପାଇବା ପରେ ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଛି। ଏ ପର୍ଯ୍ୟନ୍ତ ଅଧିକାଂଶ ଶ୍ରେଣୀର ପରୀକ୍ଷା ସରି ନ ଥିବାବେଳେ ଏହା ସ୍କୁଲ ଓ ଗଣଶିକ୍ଷା ବିଭାଗର ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ଅନ୍ୟପଟେ ଏହାର କିପରି ସମାଧାନ କରାଯିବ ତାକୁ ନେଇ ବିଚାରବିମର୍ଶ ଆରମ୍ଭ ହୋଇଛି। ସମସ୍ୟା ସମାଧାନ କରିବାକୁ ଯାଇ ନବମ ଶ୍ରେଣୀର ବାକିଥିବା ଇତିହାସ-ଭୂଗୋଳ ବିଷୟ ପରୀକ୍ଷା ଆଉ ନ କରିବାକୁ ନିଷ୍ପତ୍ତି ନେଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ଉକ୍ତ ବିଷୟକୁ ବାଦ୍‌ଦେଇ ବାକି ସବୁ ବିଷୟରେ ମାର୍କିଂ କରି ଫଳାଫଳ ପ୍ରକାଶ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାତ୍ର ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ପୂର୍ବରୁ ମନ୍ତ୍ରୀ ଦାଶ ଅଷ୍ଟମ ପର୍ଯ୍ୟନ୍ତ ସବୁ ପିଲାଙ୍କ ପାଇଁ ଅଲ୍‌ ପାସ୍‌ ବ୍ୟବସ୍ଥା ଲାଗୁ କରାଯିବ ବୋଲି କହିଥିଲେ। ନବମ ପିଲାଙ୍କ ଖାତା ମୂଲ୍ୟାୟନ ହେବ ବୋଲି ସୂଚନା ଦେଇଥିଲେ। ଲକ୍‌ଡାଉନ ୧୪ ତାରିଖରେ ସରିବା ମାତ୍ରେ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଶେଷ କରି ଫଳାଫଳ ପ୍ରକାଶ କରିବା ଲାଗି ବିଭାଗ ପକ୍ଷରୁ ସ୍ଥିର କରାଯାଇଥିଲା। ଏବେ ଏହି ନିଷ୍ପତ୍ତିରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ତଦନୁଯାୟୀ ଇତିହାସ-ଭୂଗୋଳ ବିଷୟକୁ ବାଦ୍‌ଦେଇ ଅନ୍ୟ ସବୁ ବିଷୟରେ ହୋଇଥିବା ପରୀକ୍ଷା ଖାତାର ମୂଲ୍ୟାୟନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହାସହ ଯୁକ୍ତ୨ ପିଲାଙ୍କ ସମସ୍ତ ପରୀକ୍ଷା ମଧ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇ ନ ଥିବାବେଳେ ଦଶମ ପିଲାଙ୍କ ମୂଲ୍ୟାୟନ କିପରି ହେବ ତାକୁ ନେଇ ମନ୍ତ୍ରୀ ଚିନ୍ତା ପ୍ରକଟ କରିଛନ୍ତି। ଅନ୍ୟପଟେ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ କଲେଜ ବନ୍ଦ ରଖିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଦେଇଛନ୍ତି। ତେଣୁ ଅଧାପନ୍ତରିଆ ରହିଥିବା ପିଲାଙ୍କ ପରୀକ୍ଷା କିପରି ଶେଷ ହେବ ତାହା ଏବେ ସବୁଠାରୁ ବଡ଼ ଚିନ୍ତା ହୋଇ ସରକାରଙ୍କ ନିକଟରେ ଉଭା ହୋଇଛି। ସେହିପରି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଛୁଟି ମଧ୍ୟରେ ବହି ବଣ୍ଟା କାର୍ଯ୍ୟ ସରିବା କଥା। ହେଲେ ଲକ୍‌ଡାଉନ ଯୋଗୁ ଏବେ ସେଥିରେ ମଧ୍ୟ ସମସ୍ୟା ଉପୁଜିଛି। ବିଭାଗ ପାଖରେ ଗୋଦାମ ଘର ନ ଥିବା କାରଣରୁ ବହିଗୁଡିକ ନଷ୍ଟ ହୋଇଯିବା ଆଶଙ୍କା ରହିଛି। ତେଣୁ ସାମାଜିକ ଦୂରତା ରକ୍ଷା କରି ପିଲାଙ୍କ ପାଖରେ ବହି କିପରି ପହଞ୍ଚତ୍ପାରିବ ତାକୁ ନେଇ ବିଭାଗ ଚିନ୍ତା କରିବା ଆରମ୍ଭ କରିଛି। ଏହିପରି ମୋଟ ୮ଟି ମୁଖ୍ୟ ସମସ୍ୟାର ସମାଧାନ ଲାଗି ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଲୋଡ଼ାଯିବ। ଏଥିଲାଗି ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ମନ୍ତ୍ରୀ ଦାଶ ଶନିବାର ମୁଖ୍ୟମନ୍ତ୍ରୀଙ୍କୁ ଏକ ପତ୍ର ଲେଖିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri