ହେଲ୍ପଲାଇନ୍‌ ନଂ. ଜାରି: ଫସି ରହିଥିବା ଓଡ଼ିଆ, ଓଡ଼ିଶାରେ ଥିବା ବାହାର ରାଜ୍ୟର ଶ୍ରମଜୀବୀଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ ଏହାର ପ୍ରଭାବକୁ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟରେ ଫସିଥିବା ଓଡ଼ିଆଙ୍କୁ ସାହାଯ୍ୟ କରିବା ଲାଗି ନିବେଦନ କରିଥିଲେ। ଏଥିସହ ପ୍ରବାସୀ ସଂଗଠନଗୁଡ଼ିକୁ ଅନୁରୂପ ଭାବେ ଅନୁରୋଧ କରିଥିଲେ। ବର୍ତ୍ତମାନ ଫସି ରହିଥିବା ଓଡ଼ିଆଙ୍କ ସମସ୍ୟା ବିଷୟରେ ଅବଗତ ହେବା ପାଇଁ ଗୃହ ବିଭାଗ ପକ୍ଷରୁ ହେଲପଲାଇନ୍‌ ନଂ ୦୬୭୪-୨୩୯୨୧୧୫ ଏବଂ ମୋବାଇଲ ନଂ ୯୪୩୮୯୧୫୯୮୬ କାମ କରୁଛି। ଏଥିରେ ସେମାନଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଉଛି ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି। ।

ସେହିଭଳି ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକମାନଙ୍କ ପାଇଁ ଓଡ଼ିଶା ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ହେଲ୍ପଲାଇନ୍‌ ନଂ.୧୮୦୦-୩୪୫୬୭୦୩ ଖୋଲାଯାଇଛି। ଅନ୍ୟ ରାଜ୍ୟର ଆବାସିକ କମିଶନରଙ୍କ ସହ ଯୋଗାଯୋଗ କରିବା ଲାଗି ଓଡ଼ିଶାର ଆବାସିକ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଇତିମଧ୍ୟରେ ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ବାହାର ରାଜ୍ୟରୁ ଓଡ଼ିଶାରେ ଥିବା ୯ ହଜାର ଶ୍ରମଜୀବୀଙ୍କ ସହ ଯୋଗାଯୋଗ ସ୍ଥାପନ କରାଯାଇଛି। ସେମାନେ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼, ରାଜସ୍ଥାନ, ଉତ୍ତରପ୍ରଦେଶ ରାଜ୍ୟରରୁ ଆସିଥିବା ଜଣାପଡ଼ିଛି। ସେମାନଙ୍କ ଖାଦ୍ୟପେୟ, ରହଣୀ ସହ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇଛି। ଏ ନେଇ ଅନ୍ୟ ରାଜ୍ୟର ଆବାସିକ କମିଶନରଙ୍କୁ ଅବଗତ କରାଯାଇଛି ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri