ହେଲ୍ପଲାଇନ୍‌ ନମ୍ବର ଜାରି କଲା ପୋଲିସ

କଟକ ଅଫିସ,୨୭ା୩: ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିଗୁଡ଼ିକ ଅନେକ ସମୟରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, କୋଭିଡ୍‌-୧୯ ଜନିତ ଲକ୍‌ଡାଉନ୍‌ ସମୟରେ ଜାତୀୟ ରାଜପଥ, ରାଜ୍ୟ ରାଜପଥ ଏବଂ ଅନ୍ୟ ରାସ୍ତାରେ ସମସ୍ତ ମାଲବାହୀ ଗାଡ଼ିଗୁଡ଼ିକ ବିନା ବାଧାରେ ଚଳପ୍ରଚଳ ପାଇଁ ହେଲ୍‌ପ ଲାଇନ ୦୬୭୪-୨୬୨୦୨୦୦ ଟେଲିଫୋନ ନମ୍ବର ଆରମ୍ଭ କରାଯାଇଛି। ଏହି ହେଲ୍‌ପ ଲାଇନ ପ୍ରତ୍ୟେକ ଦିନ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଗାଡ଼ି ଚାଳକ କିମ୍ବା ମାଲ୍‌ ପରିବହନ ସଂସ୍ଥାର ପରିଚାଳକମାନେ ଆବଶ୍ୟକ ସ୍ଥଳେ ଏହି ହେଲ୍‌ପ ଲାଇନର ସାହାଯ୍ୟ ଓ ପରାମର୍ଶ ନେଇପାରିବେ। ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ମିଶ୍ର ଏହି ହେଲ୍‌ପ ଲାଇନର ସମ୍ପୂର୍ଣ୍ଣ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri