ହେଲ୍ପଲାଇନ୍‌ ନମ୍ବର ଜାରି କଲା ପୋଲିସ

କଟକ ଅଫିସ,୨୭ା୩: ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିଗୁଡ଼ିକ ଅନେକ ସମୟରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ, କୋଭିଡ୍‌-୧୯ ଜନିତ ଲକ୍‌ଡାଉନ୍‌ ସମୟରେ ଜାତୀୟ ରାଜପଥ, ରାଜ୍ୟ ରାଜପଥ ଏବଂ ଅନ୍ୟ ରାସ୍ତାରେ ସମସ୍ତ ମାଲବାହୀ ଗାଡ଼ିଗୁଡ଼ିକ ବିନା ବାଧାରେ ଚଳପ୍ରଚଳ ପାଇଁ ହେଲ୍‌ପ ଲାଇନ ୦୬୭୪-୨୬୨୦୨୦୦ ଟେଲିଫୋନ ନମ୍ବର ଆରମ୍ଭ କରାଯାଇଛି। ଏହି ହେଲ୍‌ପ ଲାଇନ ପ୍ରତ୍ୟେକ ଦିନ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଗାଡ଼ି ଚାଳକ କିମ୍ବା ମାଲ୍‌ ପରିବହନ ସଂସ୍ଥାର ପରିଚାଳକମାନେ ଆବଶ୍ୟକ ସ୍ଥଳେ ଏହି ହେଲ୍‌ପ ଲାଇନର ସାହାଯ୍ୟ ଓ ପରାମର୍ଶ ନେଇପାରିବେ। ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ମିଶ୍ର ଏହି ହେଲ୍‌ପ ଲାଇନର ସମ୍ପୂର୍ଣ୍ଣ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri