ହେୟାର କଟ୍‌ ଫର୍ମୁଲା

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଘରେ ରହିବା ଫଳରେ କିଛି ଲୋକଙ୍କର କ୍ରିଏଟିଭିଟି ବେଶ୍‌ ଉତ୍ସାହପୂର୍ଣ୍ଣ ହୋଇପାରିଛି। ଏଇ ଯେମିତି ଏବେ ଚୁଟି କାଟିବାର ଏକ ସ୍ବତନ୍ତ୍ର ଷ୍ଟାଇଲ୍‌ ଦେଖି ଲୋକେ ବେଶ୍‌ ପ୍ରଭାବିତ ହୋଇ ପାରିଛନ୍ତି। ଇଣ୍ଟରନେଟ୍‌ରେ ଏବେ ଏହି ଚୁଟି କାଟିବା ଶୈଳୀ ଭାଇରାଲ୍‌ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ବ୍ୟକ୍ତି ସ୍ବତନ୍ତ୍ର ଢଙ୍ଗରେ ନିଜେ ଅତି ସହଜରେ ଚୁଟି କାଟୁଛନ୍ତି। ତେବେ ଚୁଟି କାଟିବା ପାଇଁ ସେ ହାତର ବ୍ୟବହାର କରୁନାହାନ୍ତି, ବରଂ ଏକ ବ୍ଲେଡ୍‌ ଏବଂ ପାନିଆ ସହିତ ଏକ ପେପର କ୍ଲିପ୍‌ ବ୍ୟବହାର କରି ଭିନ୍ନ ଢଙ୍ଗରେ ଚୁଟି କାଟୁଛନ୍ତି। ପ୍ରଥମେ ସେ ପାନିଆରେ ସମାନ ଭାବରେ ଏକ ବ୍ଲେଡକୁ ରଖି ପେପର କ୍ଲିପ୍‌ ଲଗାଇ ଦେଉଛନ୍ତି। ଏହା ପରେ ବ୍ଲେଡ୍‌ ଥିବା ପଟକୁ ଉପରକୁ ରଖି ମୁଣ୍ଡ କୁଣ୍ଡାଇ ଆଣିଲେ ଆପେ ଆପେ କେଶ କାଟି ହୋଇଯିବ। ଧୀରେ ଧୀରେ ଏହିଭଳି ସବୁପଟରୁ ମୁଣ୍ଡ କୁଣ୍ଡାଇ ଆଣିଲେ ସମ୍ପୂର୍ଣ୍ଣଭାବେ ଏକ ସାଇଜ୍‌ରେ ଚୁଟି କାଟିବା ହୋଇଯିବ। ଚୁଟି କାଟିବାର ଏହି ଷ୍ଟାଇଲ୍‌ ଏବେ ଲୋକଙ୍କୁ ଆଶ୍ଚର୍ଯ୍ୟ ମଧ୍ୟ କରିଛି। ସେଥିପାଇଁ ଏହି ଭିଜୁଆଲ୍‌ଟି ପୋଷ୍ଟ ହେବାର ମାତ୍ର ୨ ଦିନ ଭିତରେ ୪୫ହଜାର ଲୋକ ଦେଖି ସାରିଛନ୍ତି। ଏଭଳି ଚୁଟି କାଟିବା ଷ୍ଟାଇଲ୍‌କୁ ଲୋକେ ଖୁବ୍‌ ପ୍ରଶଂସା ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?