ହୋଟେଲ ଭିତରେ ପଶିଲା ଯାତ୍ରୀବାହୀ ବସ୍‌: ଘଟଣାସ୍ଥଳରେ ଉତ୍ତେଜନା, ଚାଳକ ଅଟକ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଛକଠାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଏକ ହୋଟେଲ ଭିତରେ ଗୁରୁବାର ପୂର୍ବାହ୍ନରେ ପଶିଯିବାରୁ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଅଡାଗାଡ଼ୁ ଗ୍ରାମର ଦୀପା ପ୍ରଧାନ, ପ୍ରମିଳା ପ୍ରଧାନ, ରାଇକିଆ ଥାନା କାଣ୍ଡାବାଡ଼ା ଗ୍ରାମର କାଥିରିନା ପ୍ରଧାନ, ସିକକେତା ଗ୍ରାମର ଆଲିନା ପ୍ରଧାନ ଏବଂ ବୁଡୁକେଜୁ ଗ୍ରାମର ମିନତୀ ପ୍ରଧାନ ବୋଲି ଜଣାପଡ଼ିଛି।  ସେମାନଙ୍କୁ ପୋଲିସ ଉଦ୍ଧାର କରି ଦାରିଙ୍ଗବାଡ଼ି ଏବଂ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଛି। ବସ୍‌ଟି ହୋଟେଲ ଭିତରେ ପଶିଯିବା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଥିଲା। ଖବର ପାଇ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝିଙ୍କ ନିର୍ଦ୍ଦେଶକ୍ରମେ ସବଇନ୍ସପେକ୍ଟର ସୌମ୍ୟରଞ୍ଜନ ଜେନା ପହଞ୍ଚି ଯାତ୍ରୀବାହୀ ବସ୍‌କୁ ଜବତ କରିବା ସହ ଚାଳକଙ୍କୁ ଥାନାରେ ଅଟକ ରଖିଛନ୍ତି। ହୋଟେଲର ସମ୍ମୁଖ ଭାଗ ଭାଙ୍ଗି ଯାଇଥିବାରୁ ହୋଟେଲ ମାଲିକ ବାସୁଦେବ ସାହୁ ଏନେଇ କ୍ଷତିପୂରଣ ଦାବି ସହ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri