ହୋମିଓପାଥିକ କଲେଜ

ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ ଘେରା ମୟୂରଭଞ୍ଜ ଜିଲା। ଏହି ଜିଲାର ବାରିପଦାଠାରେ କେତେଜଣ ସାମାଜିକ କର୍ମୀ ଓ ହୋମିଓପାଥିକ ଔଷଧ ସେବନକୁ ଭଲ ପାଉଥିବା ଲୋକଙ୍କ ପ୍ରଚେଷ୍ଟାରେ ୧୯୮୦ ମସିହାରେ ଆରମ୍ଭ ହୋଇଥିଲା ହୋମିଓପାଥିକ କଲେଜ। କଲେଜର ପ୍ରତିଷ୍ଠାତା ଡାକ୍ତର ଗୌରଚନ୍ଦ୍ର ଗିରିଙ୍କ ବାଘଡା ରୋଡ ବସଷ୍ଟାଣ୍ଡ ଛକସ୍ଥିତ ଘରୋଇ କ୍ଲିନିକ, ପାଣ୍ଡେ ଏମ୍‌ଇ ସ୍କୁଲ ଏବଂ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହି କଲେଜ ଚାଲିଥିଲା। ପରେ ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧାଠାରେ ଉକ୍ତ କଲେଜ ପରିଚାଳିତ ହେଉଛି। ଏହି କଲେଜର ପରିଚାଳନା କମିଟି ସଭାପତି ହେଉଛନ୍ତି ଜିଲାପାଳ। ଏପରି କି ଏହି କଲେଜ ରାଜ୍ୟ ସରକାରଙ୍କ ସ୍ଥାୟୀ ସ୍ବୀକୃତିପ୍ରାପ୍ତ ଏବଂ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱାରା ଅନୁମୋଦିତ। ଏହାର ଆବଶ୍ୟକ ଜାଗା, ଗୃହ ଏବଂ ଅନ୍ୟାନ୍ୟ ସୁବିଧା ରହିଛି। ଉକ୍ତ କଲେଜର ଡାକ୍ତରଖାନାକୁ ଜିଲାର ବହୁ ରୋଗୀ ଚିକିତ୍ସିତ ହେବାକୁ ପ୍ରତିଦିନ ଆସିଥାନ୍ତି। ଏହାପରେ ବି ଉକ୍ତ କଲେଜ ସରକାରୀକରଣ ହେଉ ନ ଥିବାରୁ ଏହାର ପରିଚାଳନା କ୍ଷେତ୍ରରେ ବହୁ ଅସୁବିଧା ହେଉଥିବା ଅଭିଯୋଗ ହୋଇଛି। ଏଥିଯୋଗୁ କଲେଜର ଭାଗ୍ୟ ଏବେ ବି ଅନ୍ଧକାରମୟ ଅବସ୍ଥାରେ ରହିଛି। ବିଭିନ୍ନ ମହଲରୁ ଦାବି ପରେ ସରକାର ଏହି ହୋମିଓପାଥିକ କଲେଜ ଏବଂ ଆୟୁର୍ବେଦିକ କଲେଜକୁ ସରକାରୀକରଣ କରିବା ପାଇଁ ୨୦୧୩ ମସିହାରେ ପ୍ରତିଶ୍ରୁତି ଦେଇଥିଲେ। ଇତିମଧ୍ୟରେ ୬ ବର୍ଷ ବିତି ଯାଇଥିଲେ ସୁଦ୍ଧା ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ। ୩୯ ବର୍ଷର ଏହି ଅନୁଷ୍ଠାନ ପ୍ରତି ସରକାରଙ୍କ ଅବହେଳାକୁ ନେଇ ହୋମିଓପାଥିକ ଔଷଧ ସେବନକୁ ଭଲପାଉଥିବା ଲୋକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri