ହୋମ୍‌ କ୍ବାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିଙ୍କ ଘର ଆଗରେ ଲାଗିବ ଷ୍ଟିକର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନସାଧାରଣଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହୁଥିବାବ୍ୟକ୍ତିଙ୍କ ଘର ସମ୍ମୁଖରେ ଏକ ନିର୍ଦ୍ଧାରିତ ଫର୍ମ ପୂରଣ କରି ଲଗାଯିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏଣିକି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଯେଉଁମାନେ ରହିବେ ସେମାନଙ୍କ ଘର ଦ୍ୱାରରେ ଷ୍ଟିକର ଲାଗିବ। ଯେଉଁମାନଙ୍କ ହୋମ୍‌ କ୍ୱାରାଣ୍ଟାଇନ ଶେଷ ହୋଇଯିବ ସେମାନଙ୍କ ଘର ଦ୍ୱାରରୁ ଷ୍ଟିକର ଉଠାଇ ଦିଆଯିବ। ଷ୍ଟିକରରେ ହୋମ୍‌ କ୍ୱାରାଣ୍ଟାଇନରେ ଥିବା ସନ୍ଦିଗ୍ଧ ଓ ତାଙ୍କ ପରିବାରର ସବିଶେଷ ତଥ୍ୟ ରହିବ। କେହି ଜଣେ ବି ତାଙ୍କ ଘରକୁ ନ ଯିବା ପାଇଁ ଗୋଷ୍ଠୀସମୂହଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଗଣମାଧ୍ୟମକୁ ସେଠାକୁ ଯିବା ପାଇଁ ଆଦୌ ଅନୁମତି ମିଳିବ ନାହିଁ। ଏଥିସହ ଗଣମାଧ୍ୟମ ସେମାନଙ୍କ ସମ୍ପର୍କରେ କିଛି ବି ପ୍ରସାର କରିପାରିବେ ନାହିଁ। ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବେ ସେମାନଙ୍କ ତାଲିକା ସ୍ଥାନୀୟ ଥାନାରେ ରହିବ। ରାଜ୍ୟ ବାହାରୁ ଆସୁଥିବା ଲୋକେ ଯେପରି ହୋମ କ୍ବାରାଣ୍ଟାଇନ୍‌ ବା ପୃଥକ ବାସରେ ରହିବେ, ସେଥିପାଇଁ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ କ୍ଷମତା ପ୍ରଦାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ସ୍ଥିର ରହିଛି। ସୋମବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ୮୫ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମସ୍ତ ନମୁନାର ରିପୋର୍ଟ ମିଳିଛି। ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୬ଜଣ ଆସିଥିବା ତଥ୍ୟ ମିଳିଛି। ସେମାନଙ୍କ ମଧ୍ୟରୁ ୫୩ ଜଣଙ୍କ ସହ ଯୋଗାଯୋଗ ହୋଇଛି। ଅନ୍ୟ ୩ ଜଣଙ୍କ ସହ ଯୋଗାଯୋଗ ପାଇଁ ପ୍ରଚେଷ୍ଟା ଚାଲିଛି। ଉଜ୍‌ବେକିସ୍ତାନରୁ ଫେରିଥିବା ଜଣେ ବ୍ୟକ୍ତି କ୍ବାରାଣ୍ଟାଇନ୍‌ ଗାଇଡ୍‌ ଲାଇନ୍‌କୁ ଉଲ୍ଲଂଘନ କରିଥିଲେ। ତେଣୁ ତାଙ୍କ ବିରୋଧରେ ସମ୍ବଲପୁରର ଧନୁପାଲି ଥାନାରେ ଏକ ମାମଲା ରୁଜୁ ହୋଇଛି ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri