ହୋଲିରେ ଆଖିର ସୁରକ୍ଷା

ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ। କାରଣ କେତେକ ରଙ୍ଗରେ ଥିବା କେମିକାଲ ଶରୀର ପାଇଁ ହାନିକାରକ। ବିଶେଷକରି ଚକ୍ଷୁ ଭଳି ସମ୍ବେଦନଶୀଳ ଅଙ୍ଗରେ ଏଭଳି କ୍ଷତିକାରକ କେମିକାଲ ରଙ୍ଗ ପଡ଼ିଲେ, ସଂକ୍ରମଣ ହେବା ସହ ଚକ୍ଷୁ ନଷ୍ଟ ହୋଇ ଅନ୍ଧ ହୋଇଯିବାର ମଧ୍ୟ ଆଶଙ୍କା ଥାଏ ।

– ସାଧାରଣତଃ ହୋଲି ରଙ୍ଗରେ ଅନେକ କେମିକାଲ ମିଶିଥାଏ। ସେଗୁଡ଼ିକ ହେଲା ମାଲାକାଇଟ୍‌ ଗ୍ରୀନ୍‌, ରୋଢ଼ାମିନ୍‌, ଜେନ୍‌ସିଆନ୍‌ ଭାଓଲେଟ୍‌, ଲେଡ୍‌ ଅକ୍ସାଇଡ୍‌ (କଳାରଙ୍ଗ), କପର ସଲ୍‌ଫେଟ୍‌ (ଶାଗୁଆ ରଙ୍ଗ), ଆଲୁମିନିୟମ୍‌ (ସିଲଭର ରଙ୍ଗ) ମର୍କ୍ୟୁରି ସଲ୍‌ଫେଟ୍‌ (ଲାଲ ରଙ୍ଗ) ଆଦି। ଏହା ଆଖିରେ ପଡ଼ିଲେ, ଆଖି ଲାଲ ହେବା ସହ କୁଣ୍ଡାଇ ହୁଏ, ଲୁହ ବହିଥାଏ ଏବଂ ଝାପ୍‌ସା ଦେଖାଯାଏ ।

– ବେଳେବେଳେ ଏଭଳି ରଙ୍ଗ ସଂସ୍ପର୍ଶରେ ଆସିବା ଦ୍ୱାରା ଆଖିରେ କେମିକାଲ ଇଞ୍ଜୁରି ହୋଇଥାଏ। ଫଳରେ ଆଖିରେ ଆଲର୍ଜି ହୋଇ କୁଣ୍ଡେଇ ହୁଏ। ଘା’ ହେବା ସହ ଲେଞ୍ଜରା ବୋହିଥାଏ। ଖରାକୁ ଅନାଇଲେ କଷ୍ଟ ହୁଏ ଏବଂ ଆଖି ଫୁଲିଯାଏ।

– ହୋଲି ରଙ୍ଗରୁ ଆଖିକୁ ରକ୍ଷା କରିବାକୁ ହେଲେ ମୁହଁରେ ମାସ୍କ ପିନ୍ଧିବା ସହ ଚଷମା ପିନ୍ଧିବା ଆବଶ୍ୟକ। ମୁଣ୍ଡରେ ମଧ୍ୟ ଏଭଳି କେମିକାଲ ରଙ୍ଗ ବୋଳିବା ଠିକ୍‌ ନୁହେଁ। କାରଣ ଏହାଦ୍ୱାରା ସ୍କିନ୍‌ ଆଲର୍ଜି ହୋଇ କେଶ ଝଡ଼ିଥାଏ ଏବଂ ଏହି ରଙ୍ଗ କେବେକେବେ ମୁଣ୍ଡରୁ ଆଖିକୁ ବୋହି ଆସେ ଏବଂ ବେଶ୍‌ କ୍ଷତି ପହଞ୍ଚାଇଥାଏ।

– ମାସ୍କ, ଗ୍ଲାସ୍‌ ଆଦି ବ୍ୟବହାର କରିବା ପରେ ମଧ୍ୟ ଯଦି ଆଖିରେ ରଙ୍ଗ ଲାଗି ଯନ୍ତ୍ରଣା ହୁଏ, ତେବେ ସର୍ବପ୍ରଥମେ ବିଶୁଦ୍ଧ ପାଣିରେ ଆଖିକୁ ଭଲଭାବେ ଧୋଇ ଦିଅନ୍ତୁ। ଅବହେଳା ନ କରି ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେଇ ଆଖିରେ ଡ୍ରପ୍‌ ପକାନ୍ତୁ।

– ମନେରଖନ୍ତୁ ହୋଲି ଖେଳିବାକୁ ଚାହୁଁଥିଲେ ପ୍ରାକୃତିକ ରଙ୍ଗ, ଅର୍ଗାନିକ୍‌ ଅବିର, ଫଗୁ ଆଦି ବ୍ୟବହାର କରନ୍ତୁ। ରଙ୍ଗ ଖେଳିବା ପୂର୍ବରୁ ଦେହ, ହାତ, ମୁହଁ ଚାରିଆଡ଼େ ଭଲଭାବେ ତେଲ ଲଗାଇ ଦିଅନ୍ତୁ। ଯଦି ଆପଣ କଂଟାକ୍ଟ ଲେନ୍ସ ବ୍ୟବହାର କରୁଛନ୍ତି, ତେବେ ରଙ୍ଗ ଖେଳିବା ବେଳେ ଏହାକୁ କାଢ଼ି ରଖିଦିଅନ୍ତୁ।

– ଡା. ସୋନାଲି ଷଡ଼ଙ୍ଗୀ
ଚକ୍ଷୁରୋଗ ବିଶେଷଜ୍ଞ
ମୋ- ୭୯୭୮୯୪୫୫୫୨


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri