ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଜଣେ ବାଳକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଭୁବନେଶ୍ୱରର ଏକ ଘରୋଇ ସ୍କୁଲର ଛାତ୍ର ଶାଶ୍ୱତ ସାହୁ।

ଖବରରୁ ପ୍ରକାଶ, ଶାଶ୍ୱତ ତାଙ୍କ ୨ଜଣ ପୁଅ,୨ଜଣ ଝିଅ ବନ୍ଧୁଙ୍କ ସହ ଅପରାହ୍ନ ୧ଟା ସମୟରେ ନଦୀରେ ଗାଧୋଇବା ଲାଗି ଆସିଥିଲେ। ଏହି ସମୟରେ ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ଶାଶ୍ୱତ ନଦୀସ୍ରୋତରେ ଭାସିଯାଇ ବୁଡିଯାଇଛନ୍ତି। ଖବର ପାଇ ସିଡିଏ ଅଗ୍ନିଶମ ବିଭାଗ, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ, ଅନ୍ୟ ଏକ ଘଟଣାକ୍ରମରେ ମଙ୍ଗଳବାର କଟକ ନିକଟ ୪୨ମୌଜାର କାଠଯୋଡ଼ି ନଦୀରେ ବୁଡି ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି। ମୃତକଦ୍ବୟ ହେଲେ ନିଶାନ୍ତ ପାଢ଼ୀ ଏବଂ ସୁଭମ କୁମାର ବେହେରା। ଉଭୟଙ୍କ ଘର ନେତାଜୀ ନଗରର ହୋଇଥିବା ବେଳେ ସେମାନେ ଅଷ୍ଟମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଥିଲା। ହୋଲି ଖେଳିବା ପରେ ଉଭୟ ନଦୀରେ ଗାଧୋଇବାକୁ ଯାଇଥିଲେ। ସେଠାରେ ଗୋଡ଼ ଖସିଯିବାରୁ ସେମାନେ ମଧ୍ୟ ବୁଡି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri