Posted inଜାତୀୟ

ହ୍ବାଟ୍ସଆପ୍‌ ସ୍ପାଏଗେଟ୍‌ ଭାଜପା ବିରୋଧରେ କଂଗ୍ରେସର ଅଭିଯୋଗ: ତଦନ୍ତ କରିବେ ୨ ପାର୍ଲାମେଣ୍ଟ କମିଟି

ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ ଶୀର୍ଷ ସରକାରୀ ଅଧିକାରୀଙ୍କଠାରୁ ଏ ସଂକ୍ରାନ୍ତ ତଥ୍ୟ ମାଗିବେ ବୋଲି ନିଷ୍ପତ୍ତି ନେଇଛନ୍ତି।
ସ୍ବରାଷ୍ଟ୍ର ବ୍ୟାପାର ସମ୍ପର୍କିତ ପାର୍ଲାମେଣ୍ଟାରି କମିଟି ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଆନନ୍ଦ ଶର୍ମା ହ୍ବାଟ୍ସଆପ୍‌ ଗୋଇନ୍ଦାଗିରିକୁ ଚିନ୍ତାଜନକ ବୋଲି ଦର୍ଶାଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ତାରିଖରେ ବସିବାକୁ ଥିବା କମିଟିର ପରବର୍ତ୍ତୀ ବୈଠକରେ ଏହି ପ୍ରସଙ୍ଗରେ ଆଲୋଚନା କରାଯିବ। ସ୍ବରାଷ୍ଟ୍ର ସଚିବ ପରବର୍ତ୍ତୀ ବୈଠକରେ ଜମ୍ମୁ-କଶ୍ମୀର ସ୍ଥିତି ନେଇ କମିଟିକୁ ଅବଗତ କରାଇବେ। ଉକ୍ତ କମିଟିରେ ତାଙ୍କଠାରୁ ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ସମ୍ପର୍କରେ ତଥ୍ୟ ମଗାଯିବ। ସେହିପରି ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ସମ୍ପର୍କିତ ପାର୍ଲାମେଣ୍ଟାରି କମିଟି ଅଧ୍ୟକ୍ଷ ଶଶୀ ଥରୁର କହିଛନ୍ତି, ସାଇବର ସୁରକ୍ଷା ଆମ ଏଜେଣ୍ଡାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏନେଇ ଅନ୍ୟ ସଦସ୍ୟମାନଙ୍କ ସହ ଇ-ମେଲ୍‌ରେ ପରାମର୍ଶ କରାଯିବ। ସରକାରଙ୍କଠାରୁ ସ୍ପଷ୍ଟୀକରଣ ଲୋଡ଼ାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri