Posted inଜାତୀୟ

ହ୍ବାଟ୍ସଆପ୍‌ ସ୍ପାଏଗେଟ୍‌ ଭାଜପା ବିରୋଧରେ କଂଗ୍ରେସର ଅଭିଯୋଗ: ତଦନ୍ତ କରିବେ ୨ ପାର୍ଲାମେଣ୍ଟ କମିଟି

ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ ଶୀର୍ଷ ସରକାରୀ ଅଧିକାରୀଙ୍କଠାରୁ ଏ ସଂକ୍ରାନ୍ତ ତଥ୍ୟ ମାଗିବେ ବୋଲି ନିଷ୍ପତ୍ତି ନେଇଛନ୍ତି।
ସ୍ବରାଷ୍ଟ୍ର ବ୍ୟାପାର ସମ୍ପର୍କିତ ପାର୍ଲାମେଣ୍ଟାରି କମିଟି ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଆନନ୍ଦ ଶର୍ମା ହ୍ବାଟ୍ସଆପ୍‌ ଗୋଇନ୍ଦାଗିରିକୁ ଚିନ୍ତାଜନକ ବୋଲି ଦର୍ଶାଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ତାରିଖରେ ବସିବାକୁ ଥିବା କମିଟିର ପରବର୍ତ୍ତୀ ବୈଠକରେ ଏହି ପ୍ରସଙ୍ଗରେ ଆଲୋଚନା କରାଯିବ। ସ୍ବରାଷ୍ଟ୍ର ସଚିବ ପରବର୍ତ୍ତୀ ବୈଠକରେ ଜମ୍ମୁ-କଶ୍ମୀର ସ୍ଥିତି ନେଇ କମିଟିକୁ ଅବଗତ କରାଇବେ। ଉକ୍ତ କମିଟିରେ ତାଙ୍କଠାରୁ ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ସମ୍ପର୍କରେ ତଥ୍ୟ ମଗାଯିବ। ସେହିପରି ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ସମ୍ପର୍କିତ ପାର୍ଲାମେଣ୍ଟାରି କମିଟି ଅଧ୍ୟକ୍ଷ ଶଶୀ ଥରୁର କହିଛନ୍ତି, ସାଇବର ସୁରକ୍ଷା ଆମ ଏଜେଣ୍ଡାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏନେଇ ଅନ୍ୟ ସଦସ୍ୟମାନଙ୍କ ସହ ଇ-ମେଲ୍‌ରେ ପରାମର୍ଶ କରାଯିବ। ସରକାରଙ୍କଠାରୁ ସ୍ପଷ୍ଟୀକରଣ ଲୋଡ଼ାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri