ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ ଓ ତାରାତାରିଣୀ ଶକ୍ତିପୀଠ ଗୋଳନ୍ଥରା ନିକଟ ଭୈରବୀପୀଠ ହଳଦିଆପଦର କନିଷି ପାଇଁ ଚଳାଚଳ ହେଉଥିଲା ା ଇତିମଧ୍ୟରେ ଜଗଦଳପୁରକୁ ମଧ୍ୟ ସିଟି ବସ ଚଳାଚଳ କରୁଛି। ସିଟି ବସ୍‌ ଚଳାଚଳ ଦ୍ୱାରା ସ୍ଥାନୀୟ ଅଟୋ ରିକ୍ସାରେ ଯାତ୍ରୀଙ୍କ ସଂଖ୍ୟା କମିବାରେ ଲାଗିଛି ା ସିଟି ବସ୍‌ ବେପରୁଆ ଭାବେ ଚଳାଚଳ ହେଉଥିବା ଯୋଗୁ ବିଭିନ୍ନ ସମୟରେ ଅଟୋକୁ ଧକ୍କା ଦେଉଥିବା ସମ୍ପୃକ୍ତ ସଂଘ ପକ୍ଷରୁ ଅଭିଯୋଗ ହୋଇଛି ା ସିଟି ହସ୍‌ପିଟାଲ ଛକ ଅଟୋ ଷ୍ଟାଣ୍ଡରେ ବର୍ତ୍ତମାନ ଅଟୋଗୁଡ଼ିକ ଧାଡ଼ି ଧାଡ଼ି ହୋଇ ଠିଆ ହୋଇଛି ା ଯାତ୍ରୀ ନ ଥିବା ଯୋଗୁ ଅଟୋ ଡ୍ରାଇଭରମାନେ ଅପେକ୍ଷାରେ ନୟାନ୍ତ ହେଉଛନ୍ତିି ା ଅଟୋ ଠିକରେ ନ ଚାଲିବା ଯୋଗୁ ରୋଜଗାର ମଧ୍ୟ ଏକ ପ୍ରକାର ହ୍ରାସ ପାଇବାରେ ଲାଗିଛି। ସିଟି ବସ୍‌ ଓ ଅଟୋ ସଂଘ ମଧ୍ୟରେ ବହୁଥର ଆଲୋଚନା ହୋଇଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇ ନ ଥିବା କୁହାଯାଇଛି ା ବ୍ୟାଙ୍କ ଋଣ ନେଇ ଅଟୋ କିଣିଥିବା ଯୋଗୁ ଠିକ୍‌ ସମୟରେ ଋଣ ପରିଶୋଧ କରିପାରୁନଥିବା ଅଟୋଚାଳକମାନେ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri