Posted inଖେଳ

ହ୍ୟାଟ୍ରିକ ସହ ୧୦ ଉଇକେଟ ନେଲେ କାଶ୍‌ବୀ

କାଡପା (ଆନ୍ଧ୍ର ପ୍ରଦେଶ),୨୬ା୨-ସ୍ଥାନୀୟ କେଏସ୍‌ଆର୍‌ଏମ୍‌ କଲେଜ ଗ୍ରାଉଣ୍ଡରେ ଅନୁଷ୍ଠିତ ଅରୁଣାଚଳ ପ୍ରଦେଶ ବିପକ୍ଷ ୧୯ବର୍ଷରୁ କମ୍‌ ମହିଳା ଦିନିକିଆ କ୍ରିକେଟ ଟ୍ରଫିର ଏକ ମ୍ୟାଚରେ ଚଣ୍ଡିଗଡ ଅଧିନାୟିକା କାଶ୍‌ବୀ ଗୌତମ ବିପକ୍ଷ ଦଳର ସମସ୍ତ ୧୦ଉଇକେଟ ଅକ୍ତିଆର କରି ରେକର୍ଡ ବୁକ୍‌ରେ ସ୍ଥାନ ପାଇଛନ୍ତି। ଅରୁଣାଚଳ ପ୍ରଦେଶର ତୃତୀୟ ଓଭରରେ ଏକ ହ୍ୟାଟ୍ରିକ ସହ ତାଙ୍କ ୪.୫ ଓଭର ବୋଲିଂରେ ୧୨ରନ ବିନିମୟରେ ୧୦ଉଇକେଟ ଅକ୍ତିଆର କରିଛନ୍ତି। ଏକ ସୀମିତ ଓଭର ବିଶିଷ୍ଟ ମ୍ୟାଚର ଗୋଟିଏ ଇନିଂସରେ ସମସ୍ତ ୧୦ ଉଇକେଟ ହାସଲ କରିବାରେ ସେ ପ୍ରଥମ ଭାରତୀୟ କ୍ରିକେଟର ହୋଇଛନ୍ତି। ଅରୁଣାଚଳକୁ ୨୫ ରନରେ ଅଲଆଉଟ କରିବା ଲାଗି ଗୌତମ ମାତ୍ର ୨୯ଟି ବଲ୍‌ ନେଇଥିଲେ। ୫୦ ଓଭର ବିଶିଷ୍ଟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଚଣ୍ଡିଗଡ ୪ ଉଇକେଟ ବିନିମୟରେ ୧୮୬ ରନ କରିଥିଲା। ଦଳ ପକ୍ଷରୁ ଗୌତମ ଟପ୍‌ ସ୍କୋରର ଥିଲେ ସେ ୪୯ ବଲ୍‌ରେ ୬୮ରନ କରିଥିଲେ। ସୂଚନା ଯୋଗ୍ୟ ପୂର୍ବରୁ ଗୋଟିଏ ଇନିଂସରେ ୧୦ଉଇକେଟ ଅକ୍ତିଆର କରିଥିବା ସମସ୍ତ ବୋଲର ରେଡ୍‌ ବଲ୍‌ କ୍ରିକେଟରେ କୀର୍ତ୍ତିମାନ ଅର୍ଜନ କରିଥିଲେ। ସେମାନେ ହେଲେ ଅନୀଲ କୁମ୍ବଲେ (୧୯୯୯ରେ ନୂଆଦିଲ୍ଲୀଠାରେ ପାକିସ୍ତାନ ବିପକ୍ଷ ମ୍ୟାଚରେ), ଦେବାଶିଷ ମହାନ୍ତି (୨୦୦୧ରେ ଅଗରତାଲାରେ ଦକ୍ଷିଣାଞ୍ଚଳ ବନାମ ପୂର୍ବାଞ୍ଚଳ ମ୍ୟାଚରେ) ଏବଂ ରେକ୍ସ ସିଂ (୨୦୧୯ରେ ମଣିପୁର ବନାମ ମିଜୋରାମ ରଣଜୀ ମ୍ୟାଚ)। କିନ୍ତୁ ସୀମିତ ଓଭର କ୍ରିକେଟରେ କାଶ୍‌ବୀ ପ୍ରଥମ ଭାରତୀୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri