Posted inଖେଳ

ହ୍ୟାରୀ କେନଙ୍କ ହ୍ୟାଟ୍ରିକ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୮।୯- ୟୁରୋକପ୍‌ କ୍ୱାଲିଫାଇଙ୍ଗ୍‌ରେ ଇଂଲଣ୍ଡ ଗ୍ରୁପ୍‌ ଏ’ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ବୁଲଗେରିଆକୁ ୪-୦ ଗୋଲରେ ଅତି ସହଜରେ ପରାସ୍ତ କରିଛି। ଆରମ୍ଭରୁ ସମ୍ପୂର୍ଣ୍ଣ ରୂପେ ପ୍ରଭାବ ବିସ୍ତାର କରି ଖେଳିଥିବା ଇଂଲଣ୍ଡ ତରଫରୁ ହ୍ୟାରୀ କେନ ହ୍ୟାଟ୍ରିକ୍‌ ଗୋଲ ସ୍କୋର କରିଥିଲେ। ସେ ୨୪ତମ ମିନିଟ୍‌ରେ ପ୍ରଥମେ ଫିଲ୍ଡ ଗୋଲ ଦେଇଥିଲେ। ଏହାପରେ ସେ ୪୯ ଓ ୭୩ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଗୋଲ ଦେଇ ଦଳକୁ ବୃହତ୍‌ ବିଜୟ ପ୍ରଦାନ କରିଥିଲେ। ଓ୍ବିମ୍ବଲେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୫୫ତମ ମିନିଟ୍‌ରେ ଇଂଲଣ୍ଡର ରାହିମ ଷ୍ଟିର୍ଲିଂ ଗୋଲ ସ୍କୋର କରିଥିଲେ। ବୁଲଗେରିଆ ଏହି ମ୍ୟାଚ୍‌ରେ ଆତ୍ମସମର୍ପଣ କରିଥିଲା। ଏଥିସହିତ ଇଂଲଣ୍ଡ ୩ଟି ମ୍ୟାଚ୍‌ ଖେଳି ୩ଟି ବିଜୟ ସହ ୯ ପଏଣ୍ଟ ହାସଲ କରି ଗ୍ରୁପ୍‌ ଏ’ ଶୀର୍ଷ ସ୍ଥାନରେ ରହିଛି।
ନେଦରଲାଣ୍ଡ୍ସଠାରୁ ହାରିଲା ଜର୍ମାନୀ
ଗ୍ରୁପ୍‌ ସି’ରେ ଅନୁଷ୍ଠିତ ଏକ ମ୍ୟାଚ୍‌ରେ ଜର୍ମାନୀ ବିପର୍ଯ୍ୟୟର ଶିକାର ହୋଇଛି। ଜର୍ମାନୀ ୪-୨ ଗୋଲରେ ନେଦରଲାଣ୍ଡ୍ସଠାରୁ ପରାସ୍ତ ହୋଇଛି। ଏହି ପରାଜୟ ସହ ଜର୍ମାନୀ ଗ୍ରୁପ୍‌ ସି’ରେ ଏପର୍ଯ୍ୟନ୍ତ ୪ଟି ମ୍ୟାଚ୍‌ ଖେଳି ୩ ବିଜୟ ଓ ଗୋଟିଏ ପରାଜୟ ସହ ୯ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ଅନ୍ୟପଟେ ନଦର୍ନ ଆୟର୍ଲାଣ୍ଡ ୪ଟି ମ୍ୟାଚ୍‌ ଖେଳି ୪ ବିଜୟ ସହ ୧୨ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛି।
ଫ୍ରାନ୍ସଠାରୁ ୪-୧ ଗୋଲରେ ହାରିଲା ଅଲବାନିଆ
ଗ୍ରୁପ୍‌ ଏଚ୍‌’ରେ ବିଶ୍ୱଚାମ୍ପିୟନ ଫ୍ରାନ୍ସ ୪-୧ ଗୋଲରେ ଅଲବାନିଆକୁ ହରାଇଛି। ପ୍ରାନ୍ସ ତରଫରୁ କିଙ୍ଗ୍ସଲ କୋମାନ ୮ ଓ ୮୬ତମ ମିନିଟ୍‌ରେ ଦୁଇଟି ଗୋଲ ଦେଇଥିଲେ। ଏହି ବିଜୟ ସହ ଗ୍ରୁପ୍‌ ଏଚ୍‌’ରେ ଫ୍ରାନ୍ସ ୫ଟି ମ୍ୟାଚ୍‌ ଖେଳି ୪ ବିଜୟ ଓ ଗୋଟିଏ ପରାଜୟ ସହ ମୋଟ ୧୨ ପଏଣ୍ଟ ପାଇ ଶୀର୍ଷରେ ରହିଛି। ସେହିପରି ଗ୍ରୁପ୍‌ ବି’ରେ ୟୁକ୍ରେନ୍‌ ୩-୦ରେ ଲିଥୁଆନିଆକୁ ପରାସ୍ତ କରିଛି। ୟୁକ୍ରେନ୍‌ ଏଥି ସହିତ ୫ଟି ମ୍ୟାଚ୍‌ ଖେଳି ୪ ବିଜୟ ଓ ଗୋଟିଏ ଡ୍ର ସହ ୧୩ ପଏଣ୍ଟ ପାଇଁ ଶୀର୍ଷରେ ରହିଛି। ଅନ୍ୟପଟେ ଲିଥୁଆନିଆ ୪ ମ୍ୟାଚ୍‌ ଖେଳି ଗୋଟିଏ ଡ୍ର ଓ ୩ ପରାଜୟ ସହ ୧ ପଏଣ୍ଟ ହାସଲ କରି ପଞ୍ଚମ ତଥା ନିମ୍ନତମ ସ୍ଥାନରେ ରହିଛି। ସେହିପରି ଗୁପ୍‌ ଏଚ୍‌’ରେ ତୁର୍କି ୧-୦ ଗୋଲରେ ଆଣ୍ଡୋରାକୁ ହରାଇଛି। ତୁର୍କୀ ଏଥିସହିତ ୫ ମ୍ୟାଚ୍‌ ଖେଳି ୪ ବିଜୟ ଓ ଗୋଟିଏ ପରାଜୟ ସହ ୧୨ ପଏଣ୍ଟ ହାସଲ କରି ଗ୍ରୁପ୍‌ ଏଚ୍‌’ର ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri