‘ହ୍ୟୁମାନ୍‌ ଏରର୍‌’ ପାଇଁ ଦୁର୍ଘଟଣାର ଶିକାର ହେଲା ୟୁକ୍ରେନ ବିମାନ: ଇରାନ

ଦୁବାଇ,୧୧।୧: ଗତ ବୁଧବାର ଇରାନର ତେହରାନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ୟୁକ୍ରେନ ବିମାନକୁ ନେଇ ଏବେ ଇରାନ କହିଛି, ‘ହ୍ୟୁମାନ୍‌ ଏରର୍‌’ ପାଇଁ ଏହା ଦୁର୍ଘଟଣାର ଶିକାର ହୋଇଥିଲା। ଶନିବାର ଇରାନ ବୈଦେଶିକମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଭୁଲ୍‌ ବଶତଃ ଇରାନ ୟୁକ୍ରେନର ବିମାନକୁ ଖସାଇ ଦେଇଛି। ସୂଚନାଯୋଗ୍ୟ, ବିମାନଟି ଉଡିବାର ମାତ୍ର କିଛି ସମୟ ପରେ ଦୁର୍ଘଟଣାର ଶିକାର ହୋଇଥିଲା ଓ ଏଥିରେ ଥିବା ୧୭୬ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା। ଇରାନ ଭୁଲବଶତଃ ଏହାକୁ ଟାର୍ଗେଟ କରି ଖସାଇଦେଇଛି ବୋଲି ଆମେରିକା ଦାବି କରୁଥିବାବେଳେ ନ୍ୟୁୟର୍କ ଟାଇମ୍ସ ଏବଂ ସିଏନ୍‌ଏନ୍‌ ସମେତ କେତେକ ଅନ୍ତର୍ଜାତୀୟ ଗଣମାଧ୍ୟମ ହାତରେ ଦୁର୍ଘଟଣା ବେଳର ଦୃଶ୍ୟ ଥିବା ୧୦ ସେକେଣ୍ଡ ଅବଧିର ଏକ ଭିଡିଓ ଲାଗିଥିଲା। ଏଥିରୁ ଅନୁମାନ କରାଯାଉଥିଲା କି ଦୁର୍ଘଟଣାର କାରଣ ସର୍ମ୍ପକରେ ଏହି ଭିଡିଓରୁ କିଛି ତଥ୍ୟ ମିଳିପାରିବ। ଏବେ କିନ୍ତୁ ଇରାନ ନିଜେ ସ୍ବୀକାର କଲାଣି କି ସେ ହିଁ ଉକ୍ତ ବିମାନକୁ ଖସାଇ ଦେଇଛି। ଏହି ଘଟଣାକୁ ନେଇ ଇରାନ ରାଷ୍ଟ୍ରପତି ହାସନ ରୁହାନି ଟୁଇଟ୍‌ କରି କହିଛନ୍ତି ଏହା ଏକ ଅକ୍ଷମଣୀୟ ଭୁଲ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri