Posted inଜାତୀୟ

ୟୁଏପିଏ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ ଘୋଷଣା କରିବା ସହ ତାଙ୍କ ସମ୍ପତ୍ତିକୁ ଜବତ କରିପାରିବେ। ୧୯୬୭ର ଆଇନରେ ସଂଶୋଧନ ପାଇଁ ସରକାର ଆଣିଥିବା ବେଆଇନ କାର୍ଯ୍ୟକଳାପ ନିବାରଣ (ସଂଶୋଧନ) ବିଲ୍‌କୁ ଶୁକ୍ରବାର ରାଜ୍ୟ ସଭା ଅନୁମୋଦନ କରିଛି। ବିଲ୍‌ ସପକ୍ଷରେ ୧୪୭ ଭୋଟ ପଡ଼ିଥିବାବେଳେ ବିପକ୍ଷରେ ୪୨ଟି ଭୋଟ ଯାଇଥିଲା। ବିଲ୍‌କୁ କଂଗ୍ରେସ ଓ ବିଏସ୍‌ପି ସମର୍ଥନ କରିଥିଲେ। ବିଲ୍‌କୁ ସିଲେକ୍ଟ କମିଟିକୁ ପଠାଇବା ପାଇଁ ବିରୋଧୀ ଦଳ ଆଣିଥିବା ପ୍ରସ୍ତାବ କାଟ୍‌ ଖାଇଯାଇଥିଲା। ପ୍ରସ୍ତାବ ସପକ୍ଷରେ ୮୫ ଭୋଟ ମିଳିଥିବାବେଳେ ବିପକ୍ଷରେ ୧୦୪ ଭୋଟ ପଡ଼ିଥିଲା। ଗତ ୨୪ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିଲା।
ଆଲୋଚନାର ଉତ୍ତର ରଖି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଥିଲେ, ସଂଶୋଧିତ ଆଇନ କେବଳ ଆତଙ୍କବାଦ ଦମନ ପାଇଁ ବ୍ୟବହାର କରାଯିବ। ସଂଶୋଧିତ ଆଇନର ଅପବ୍ୟବହାର ହୋଇପାରେ ବୋଲି ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଚିନ୍ତାବ୍ୟକ୍ତ କରାଯାଇଥିବାବେଳେ ଏହାକୁ ଖଣ୍ଡନ କରି କାହାର ମାନବାଧିକାରର ଉଲ୍ଲଂଘନ ହେବ ନାହିଁ ବୋଲି ଶାହ ଗୃହକୁ ପ୍ରତିଶ୍ରୁତି ଦେଇଥିଲେ। କୌଣସି ବ୍ୟକ୍ତିଙ୍କୁ ଆତଙ୍କବାଦୀ ଘୋଷଣା କରିବା ପୂର୍ବରୁ ୪ ଥାକିଆ ଯାଞ୍ଚ ବ୍ୟବସ୍ଥା ରହିଛି। ଏଥିସହିତ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅପିଲ୍‌ କରିବା ସୁଯୋଗ ବିଲ୍‌ରେ ରହିଛି। ଜଣେ ବ୍ୟକ୍ତି ଆତଙ୍କବାଦ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ, ଆତଙ୍କବାଦର ପ୍ରସାର ପାଇଁ କାର୍ଯ୍ୟ କରୁଥିଲେ କିମ୍ବା ଏଥିପାଇଁ ପ୍ରସ୍ତୁତି ଚଳାଇଥିଲେ ତାଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇପାରିବ।
ଆତଙ୍କବାଦର କୌଣସି ଧର୍ମ ନାହିଁ, ଏହା ମାନବତା ବିରୋଧୀ। ତେଣୁ ଆତଙ୍କବାଦ ବିରୋଧରେ କଠୋର ଆଇନକୁ ସବୁ ଦଳ ସମର୍ଥନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri