Posted inଖେଳ

ୟୁଏସ୍‌ ଓପନ୍‌ ପାଇଁ ସେରେନାଙ୍କ ପ୍ରସ୍ତୁତି

ଚେନ୍ନାଇ, ୨୧।୬: ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଳାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ପାଇଁ ଆମେରିକୀୟ ତାରକା ମହିଳା ଖେଳାଳି ସେରେନା ଓ୍ବିଲିୟମ୍ସ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୟୁନାଇଟେଡ୍‌ ଷ୍ଟେଟ୍ସ ଟେନିସ୍‌ ଆସୋସିଏଶନ (ୟୁଏସ୍‌ଟିଏ) ସେରେନାଙ୍କର ଏକ ଭିଡିଓ ପୋଷ୍ଟ କରିଛି। ୟୁଏସ୍‌ ଓପନ୍‌ ଖେଳିବାକୁ ବହୁତ ଉତ୍ସାହିତ ଅଛି ବୋଲି ୬ଥର ୟୁଏସ୍‌ ଓପନ୍‌ ଟାଇଟଲ ହାସଲ କରିଥିବା ସେରେନା ଏହି ଭିଡିଓରେ କହିଛନ୍ତି। ୨୩ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ସେରେନା ବିଶ୍ୱ ରେକର୍ଡର ସମକକ୍ଷ ହେବା ପାଇଁ ଆଉ ଗୋଟିଏ ପାଦ ଦୂରରେ ରହିଛନ୍ତି। ଆଉ ଗୋଟିଏ ଟାଇଟଲ ଜିତିଲେ ସେରେନା ୨୪ଟି ଗ୍ରାଣ୍ଡସ୍ଲାମ ଜିତି ସର୍ବାଧିକ ଟାଇଟଲ ହାସଲ ରେକର୍ଡର ସମକକ୍ଷ ହେବେ। ନିଜ ଘରେ ଏକ ନୂଆ ସର୍ଫେସ ସ୍ଥାପନ କରି ସେରେନା ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥର ୟୁଏସ୍‌ ଓପନ୍‌ ନୂଆ ସର୍ଫେସରେ ଖେଳ ହେବ।
ଗସ୍ତ ସପ୍ତାହରେ ୟୁଏସ୍‌ ଓପନ୍‌ କାର୍ଯ୍ୟସୂଚୀ ନେଇ ୟୁଏସ୍‌ଟିଏ ଘୋଷଣା କରିଥିଲା। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ୟୁଏସ୍‌ ଓପନ୍‌ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧୩ ତାରିଖ ମଧ୍ୟ ଦର୍ଶକଙ୍କ ଅନୁପସ୍ଥିତିରେ ଆୟୋଜନ ହେବ ବୋଲି ଘୋଷଣା କରାଯାଇଛି। ଟୁର୍ନାମେଣ୍ଟ ଆୟୋଜନ ନେଇ ଶ୍ରେଷ୍ଠ ଖେଳାଳିମାନେ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସର୍ବିଆର ନୋଭାକ ଜୋକୋଭିଚ୍‌ ଓ ସ୍ପେନ୍‌ର ରାଫାଲ ନାଡାଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବେ ବୋଲି ସମ୍ମତି ପ୍ରକାଶ କରିଛନ୍ତି।
ଉଲ୍ଲେଖଥାଉ କି, ୧୯୭୮ ପରେ ପ୍ରଥମଥର ପାଇଁ ୟୁଏସ୍‌ ଓପନ ଏକ ଭିନ୍ନ କୋର୍ଟ ତଥା ସର୍ଫେସ୍‌ରେ ଆୟୋଜନ ହେବ। ଏ ନେଇ ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଷ୍ଟାସି ଆଲାଷ୍ଟର ସୂଚନା ଦେଇଛନ୍ତି। ଏହା ସେରେନାଙ୍କ ଘରର ବ୍ୟାକ୍‌ୟାର୍ଡରେ ଥିବା ନୂଆ କୋର୍ଟରେ ଖେଳାଯିବ। ସେରେନା ମଧ୍ୟ ଏଠାରେ ଟ୍ରେନିଂ କରୁଛନ୍ତି ବୋଲି ସେ କହିଛନ୍ତି। ଫଳରେ ସେରେନା ଏଥର ଫାଇଦାରେ ରହିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri