Posted inଜାତୀୟ

ୟୁପିଏସ୍‌ସି ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏବେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ବିଭିନ୍ନ କଟକଣା ଲାଗିଥିବାରୁ ପରୀକ୍ଷା ଆୟୋଜନ କରିବା ସମ୍ଭବପର ନୁହେଁ ବୋଲି କୁହାଯାଇଛି। ଏହି ପର୍ଯ୍ୟାୟ ଲକ୍‌ଡାଉନ୍‌ ସରିବା କ୍ଷଣି ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା ଆୟୋଜନ ନେଇ ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୫ରେ ହେବାକୁ ଥିବା ଆୟୋଗର ପରବର୍ତ୍ତୀ ବୈଠକରେ ଏନେଇ ନିଷ୍ପତ୍ତି ନିଆଯିବ। କରୋନା ପାଇଁ ଗତ ଦୁଇମାସ ହେଲା ବାତିଲ ହୋଇଥିବା ୟୁପିଏସ୍‌ସିର ବିଭିନ୍ନ ପରୀକ୍ଷା ଓ ସାକ୍ଷାତକାର ପାଇଁ ନୂଆ ତାରିଖ ପ୍ରକାଶ ପାଇବ। ଏ ସମ୍ପର୍କରେ ଆବେଦନକାରୀମାନେ ୟୁପିଏସ୍‌ସିର ଓ୍ବେବ୍‌ସାଇଟ୍‌ରେ ସମ୍ପୂର୍ଣ୍ଣ ତଥ୍ୟ ପାଇପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri