Posted inଜାତୀୟ

ୟୁପିରେ ସିଏଏ ବିରୋଧୀ ହିଂସା: ୩୦୦ ଜଣଙ୍କୁ ନୋଟିସ

ଲକ୍ଷ୍ନୌ, ୨୬ା୧୨: ସିଏଏ ବିରୋଧୀ ହିଂସାକାଣ୍ଡ ଓ ପୋଡ଼ାଜଳା ଯୋଗୁ ଉତ୍ତରପ୍ରଦେଶ(ୟୁପି)ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଉଭୟ ସରକାରୀ ଓ ବେସରକାରୀ ସମ୍ପତ୍ତି ନଷ୍ଟହୋଇଛି। ଏହି କ୍ଷୟକ୍ଷତି ଭରଣା ଲାଗି ଉତ୍ତରପ୍ରଦେଶର ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜନସାଧାରଣଙ୍କ ସମ୍ପତ୍ତି ନଷ୍ଟକରିଥିବା ଲୋକ ଏହାକୁ ଭରଣା କରିବେ ବୋଲି କହିଥିଲେ। ସିସିଟିଭି ଫୁଟେଜ୍‌କୁ ଅନୁଧ୍ୟାନ କରି ପ୍ରଶାସନ ପକ୍ଷରୁ ୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖକୁ କାରଣ ଦର୍ଶାଅ ନୋଟିସ ପଠାଯିବା ସହ ସେମାନଙ୍କଠାରୁ କାହିଁକି କ୍ଷୟକ୍ଷତି ଭରଣା କରାଯିବ ନାହିଁ ବୋଲି କୁହାଯାଇଛି। ଲକ୍ଷ୍ନୌ ପ୍ରଶାସନ ପକ୍ଷରୁ ୧୦୦, ରାମପୁର ପ୍ରଶାସନ ପକ୍ଷରୁ ୨୮, ମିରଟ ପ୍ରଶାସନ ପକ୍ଷରୁ ୧୪୧, ସମ୍ଭଲ ପ୍ରଶାସନ ପକ୍ଷରୁ ୨୬, ଗୋରଖପୁର ପ୍ରଶାସନ ପକ୍ଷରୁ ୩୩ ଲୋକଙ୍କ ନିକଟକୁ ନୋଟିସ ପଠାଯାଇଛି। ଏଥିସହ ୨୬ ଲୋକଙ୍କୁ ଜେଲ ପଠାଯାଇଥିବାବେଳେ ହଜାରେରୁ ଊର୍ଦ୍ଧ୍ୱ ଲୋକଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡ଼ିଛି। ହିଂସାକାଣ୍ଡରେ ସାମିଲ ଥିବା ଲୋକଙ୍କ ଫଟୋଚିତ୍ର ପୋଲିସ ମାରିଥିବାବେଳେ ଏମାନଙ୍କ ବିଷୟରେ ସୂଚନା ଦେଲେ ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି।
ରାମପୁର ପ୍ରଶାସନ ହିଂସାବେଳେ କ୍ଷତି ହୋଇଥିବା ସମ୍ପତ୍ତି ଭରଣା ଲାଗି ୨୫ ଲକ୍ଷ ଟଙ୍କା ପୈଠ କରିବାକୁ ନୋଟିସ ଜାରି କରିଛି। ୭ ଦିନ ମଧ୍ୟରେ ଏନେଇ ନିଜର ମତ ସ୍ପଷ୍ଟ ନ କଲେ କିମ୍ବା ଅର୍ଥ ପୈଠ ନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଅଞ୍ଜନେୟ ସିଂ କହିଛନ୍ତି। ସର୍ବସାଧାରଣଙ୍କ ସମ୍ପତ୍ତି ନଷ୍ଟକରିବାର ଅଧିକାର କାହାର ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ପ୍ରକାଶଥାଉ କି, ଗତ ଶନିବାର ସିଏଏକୁ ବିରୋଧ କରି ଉଗ୍ର ହିଂସାକାଣ୍ଡ ଜାରି ରହିଥିବାବେଳେ ଜଣେ ୨୨ ବର୍ଷୀୟ ଯୁବକଙ୍କ ଦେହରେ ଗୁଳିମାଡ଼ କରାଯାଇଥିଲା। ଟେକାପଥର ମାଡ଼ରେ ଅନେକ ସ୍ଥାନୀୟ ଲୋକ ଓ ପୋଲିସ ମଧ୍ୟ ଆହତ ହୋଇଥିଲେ। ପୋଲିସ ଗାଡ଼ି ସହ ଲୋକେ ରାସ୍ତାରେ ଥିବା ଅନେକ ବାଇକ୍‌ ଜାଳିଦେଇଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ସିଏଏ ବିରୋଧୀ ହିଂସା ଦେଖାଦେଇଥିବାବେଳେ ୧୭ ଜଣଙ୍କ ପ୍ରାଣହାନି ଘଟିଥିଲା। ଏହି ନିଆଁ ଦେଶର ବିଭିନ୍ନ ସ୍ଥାନକୁ ବ୍ୟାପିଥିଲା। ଅନେକ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ବିକ୍ଷୋଭକାରୀମାନେ ନଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?