ଶେରଗଡ,୧୯ା୭(ଡି.ଏନ.ଏ.)- ଶେରଗଡ ବ୍ଲକରେ ଗତ ୨୦୧୪ରେ ୧୪ଟି ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷାବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରାଯାଇଥିଲା। ଉଦ୍ଦେଶ୍ୟ ଥିଲା ଛାତ୍ରୀଛାତ୍ରମାନେ ଗୋଟିଏ ବିଦ୍ୟାଳୟରେ ମାଟ୍ରିକ ପର୍ଯ୍ୟନ୍ତ ପଢିବେ। ମାତ୍ର ଉକ୍ତ ବିଦ୍ୟାଳୟକୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଓ ଶିକ୍ଷକ ଯୋଗାଇ ଦିଆଗଲା ନାହିଁ। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି ଓ ରେଜଲ୍ଟ ମଧ୍ୟ ଖରାପ ହେଉଛି। ଏଭଳି ଅଭିଯୋଗ ଆଣିଛନ୍ତି ଉକ୍ତ ୧୪ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ଅଭିଭାବକ ଓ ଗ୍ରାମବାସୀ। ଯେ, ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୦୧୪ରେ ବ୍ଲକର ଲାଞ୍ଜିଆପଲ୍ଲୀ, ଧବଳପୁର, କୃଷ୍ଣଛାଇ, ଗୋଠଗଁା, ଠୁରୁବୁରାଇ, ବରମୁଣ୍ଡଳୀ, କାଞ୍ଜିଆମ୍ମା, ଡେଙ୍ଗାପଦର, କୁମାରପାଣି, ପି.ଖିରିଡା, ବି.ବ୍ରହ୍ମପୁର, ବ୍ରାହ୍ମଣଛାଇ, ନରେନ୍ଦ୍ରପୁର ଓ ରାମଚନ୍ଦ୍ରପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟଭାବେ ଉନ୍ନୀତ କରାଯାଇ ପାଠପଢା ଆରମ୍ଭ କରାଗଲା। ମାତ୍ର ଏନେଇ ଶିକ୍ଷକ ନିଯୁକ୍ତି ହେଲାନାହିଁ। ଫଳରେ ପ୍ରାଥମିକ ଶିକ୍ଷକ ଉଚ୍ଚ ଶ୍ରେଣୀର ପିଲାମାନଙ୍କୁ ପଢାଇଥିଲେ। ଶିକ୍ଷକ ନିଯୁକ୍ତି ପାଇଁ ଅଭିଭାବକ ଓ ପରିଚାଳନା କମିଟି ବାରମ୍ବାର ବିଇଓଙ୍କଠାରୁ ଆରମ୍ଭ କରି ଜିଲା ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ, ହେଲେ କିଛି ସୁଫଳ ମିଳିଲା ନାହିଁ। ଫଳରେ ୪ ବର୍ଷ ଧରି ଏହିସବୁ ବିଦ୍ୟାଳୟରେ ମାଟ୍ରିକ ରେଜଲ୍ଟ ଖରାପ ହେଉଛି। ଫଳରେ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ଶିକ୍ଷକ ନିଯୁକ୍ତି କରାନଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଅଭିଭାବକ ଓ ସ୍କୁଲ ସଭାପତିମାନେ ଚେତାବନୀ ଦେଇଛନ୍ତି। ଏନେଇ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡାଙ୍କୁ ଯୋଗଯୋଗ କରିବାରୁ ସେ କହିଛନ୍ତି, ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି, ଅତିଶୀଘ୍ର ନିଯୁକ୍ତି ହେବ। ତଥାପି କୌଣସି ବିଦ୍ୟାଳୟକୁ ଦରକାର ପଡିଲେ ଗତବର୍ଷ ଅବସର ନେଇଥିବା ଉଚ୍ଚ ବିଦ୍ୟାଳୟର ଶିକ୍ଷକମାନଙ୍କୁ ବର୍ଷେ ଦୁଇ ବର୍ଷ ପାଇଁ ଅତିଥି ଶିକ୍ଷକ (ଗେଷ୍ଟ ଟିଚର) ଭାବେ ନିଯୁକ୍ତି ଦେଇହେବ। ଉକ୍ତ ବ୍ଲକରେ ଏପରି ଶିକ୍ଷକ ଥିଲେ ଆବେଦନ କରିପାରିବେ, ତୁରନ୍ତ ତାଙ୍କୁ ନିଯୁକ୍ତି ଦେବୁ ବୋଲି କହିଛନ୍ତି।
ୟୁପି ସ୍କୁଲ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ ହେବାର ୪ବର୍ଷ ବିତିଲା: ଶିକ୍ଷକ ନିଯୁକ୍ତି ହେଉନି, ଶିକ୍ଷାଦାନ ବାଧାପ୍ରାପ୍ତ
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...
ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...
ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ
କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...
ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ଯୁବକ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସୋମବାର ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି...
Archives


