Posted inଖେଳ

ୟୁରୋପିଆନ୍‌ ଓପନ୍‌ ଚାମ୍ପିୟନ ମୁରେଙ୍କ ମାନ୍ୟତା ବୃଦ୍ଧି

ପ୍ୟାରିସ୍‌, ୨୨।୧୦(ଏଏଫ୍‌ପି)- ବିଶ୍ୱର ପୂର୍ବତନ ଏକ ନମ୍ବର ଖେଳାଳି ଆଣ୍ଡି ମୁରେ ୟୁରୋପିଆନ୍‌ ଓପନ୍‌ ଟାଇଟଲ୍‌ ଜିତିଛନ୍ତି। ଫାଇନାଲରେ ମୁରେ ୩-୬, ୬-୪, ୬-୪ ସେଟ୍‌ରେ ସୁଇଜରଲାଣ୍ଡର ଷ୍ଟାନ ଓ୍ବାରିଙ୍କାଙ୍କୁ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ଆଘାତଜନିତ ସମସ୍ୟାରୁ ମୁକୁଳିଥିବା ମୁରେ ୨ ବର୍ଷର ବ୍ୟବଧାନ ପରେ ପ୍ରଥମଥର ଟାଇଟଲ୍‌ ହାସଲ କରିଛନ୍ତି। ଏହି ବିଜୟ ସହ ୩୨ ବର୍ଷୀୟ ମୁରେ ଏଟିପି ମାନ୍ୟତାରେ ମଧ୍ୟ ପ୍ରଭାବ ପକାଇଛନ୍ତି। ସେ ଏକାଥରକେ ୧୧୬ଟି ପାହାଚ ଉପରକୁ ଉଠି ର଼୍ୟାଙ୍କିଙ୍ଗ୍‌ର ୧୨୭ତମ ସ୍ଥାନ ଲାଭ କରିଛନ୍ତି। ବ୍ରିଟେନ୍‌ର ଏହି ପ୍ରଫେସନାଲ ଟେନିସ୍‌ ଖେଳାଳି କ୍ୟାରିୟରରେ ୩ଟି ଗ୍ରାଣ୍ଡସ୍ଲାମ ଟାଇଟଲ୍‌ ଜିତିଥିବାବେଳେ ୪୧ ସପ୍ତାହ ଧରି ବିଶ୍ୱ ମାନ୍ୟତାର ଶୀର୍ଷସ୍ଥାନରେ ରହିଥିଲେ। ତେବେ ୨୦୧୮ ଜୁଲାଇରେ ସେ ବିଶ୍ୱ ମାନ୍ୟତାର ୮୩୯ତମ ସ୍ଥାନକୁ ଖସିଯାଇଥିଲେ। ଅଣ୍ଟା ଅସ୍ତ୍ରୋପଚାରରୁ ସୁସ୍ଥ ହୋଇ ଫେରିବା ପରେ ମୁରେ ଗତ ସେପ୍ଟେମ୍ବରରେ ୫୦୩ତମ ସ୍ଥାନରେ ରହିଥିଲେ। ଏହାପରେ ଗତ ୩ ସପ୍ତାହ ମଧ୍ୟରେ ସେ ସଂଘର୍ଷ କରି ୩୭୬ଟି ସ୍ଥାନ ଉପରକୁ ଉଠିବାରେ ସଫଳ ହୋଇଛନ୍ତି।
ପ୍ରକାଶିତ ଏଟିପି ମାନ୍ୟତାରେ ନୋଭାକ ଜୋକୋଭିଚ୍‌ ୯,୫୪୫ ପଏଣ୍ଟ ସହ ଏକ ନମ୍ବର ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। କ୍ୟାରିୟରରେ ୨୭୩ ସପ୍ତାହ ଧରି ସେ ଶୀର୍ଷ ସ୍ଥାନରେ ରହିବାର ସୌଭାଗ୍ୟ ଲାଭ କରିଛନ୍ତି। ରାଫାଲ ନାଡାଲ (୯,୨୨୫), ରୋଜର ଫେଡରର (୬,୯୫୦), ଡାନିଲ ମେଡ୍‌ଭେଡେଭ୍‌ (୫,୯୨୦), ଡୋମିନିକ ଥିଏମ୍‌ (୫,୦୮୫) ଯଥାକ୍ରମେ ୨ୟରୁ ୫ମ ସ୍ଥାନ ମଧ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri