Posted inଖେଳ

ୟୁରୋପ ଆଥଲେଟିକ୍ସ ମିଟ୍‌ରେ ଭାଗ ନେବା ଆଶା ଅଧୁରାଦୂତୀ ନିରାଶ, ଭିଜା ମିଳିଲାନି

ଭୁବନେଶ୍ୱର, ୧୫।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ ରେକର୍ଡର ଅଧିକାରିଣୀ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଧାବିକା ଦୂତୀ ଚାନ୍ଦଙ୍କୁ ଶେଷରେ ନିରାଶ ହେବାକୁ ପଡ଼ିଛି। ୟୁରୋପ୍‌ ଗସ୍ତ ପାଇଁ ତାଙ୍କୁ ଭିଜା ମିଳିଲାନି। ତେଣୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସେ ୟୁରୋପ୍‌ ଗସ୍ତରେ ଯାଇ ଦୁଇଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର ଯେଉଁ କାର୍ଯ୍ୟକ୍ରମ ରହିଥିଲା ତାହା ଧୂଳିସାତ୍‌ ହୋଇଛି। ସୋସିଆଲ ମିଡିଆ ଜରିଆରେ ଦୂତୀ ଏହା ପ୍ରକାଶ କରିଛନ୍ତି। ”ଫେକ୍‌ ନ୍ୟୁଜ, ମୋତେ ଭିଜା ମିଳିଲା ନାହିଁ। ସୋର ସବୁ ଆଶା ମଉଳି ଗଲା। ମୋର ଜର୍ମାନୀ ଯିବା କ୍ୟାନସଲ“ ବୋଲି ଦୂତୀ ନିଜ ଫେସ୍‌ବୁକ୍‌ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି।
ନିଜର ଭିଜା ସମ୍ପର୍କିତ ଔପଚାରିକତା ପୂରଣ ପାଇଁ ଦୂତୀ ବହିର୍ବ୍ୟାପାର ବିଭାଗ ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହାୟତା ଲୋଡ଼ିଥିଲେ। ଏହାପରେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ ଫେଡେରେଶନ (ଆଇଏଏଏଫ) ଅନୁମୋଦିତ ଆୟର୍ଲାଣ୍ଡ (ଅଗଷ୍ଟ ୧୩) ଓ ଜର୍ମାନୀ(ଅଗଷ୍ଟ ୧୯) ମିଟ୍‌ ପାଇଁ ଓଡ଼ିଶା ଆଇକନ୍‌ ଦୂତୀ ଚାନ୍ଦଙ୍କୁ ଭିଜା ମିଳିଲା ବୋଲି ଗତ ୯ ତାରିଖରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ଟୁଇଟର ପୃଷ୍ଠାରେ ଉଲ୍ଲେଖ କରାଯାଇଥିଲା। ଏପରି ଭୁଲ ଖବରକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଦୂତୀ। ”ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇଁ ୟୁରୋପରେ ୨ଟି ରେସ୍‌ରେ ଭାଗ ନେବାକୁ ଯେଉଁ ସ୍ବପ୍ନ ଦେଖିଥିଲି ତାହା ଆଶାରେ ରହିଗଲା। ୨ଟି ସମ୍ମାନଜନକ ପ୍ରତିଯୋଗିତା ପାଇଁ ମୁଁ ନିଜକୁ ପ୍ରସ୍ତୁତ କରିଥିଲି। ପ୍ରତିଯୋଗିତାରେ ଭାଗ ନେବାକୁ ପଇଠ କରିଥିବା ୪ ଲକ୍ଷ ଟଙ୍କା ମଧ୍ୟ ମୋତେ ଫେରସ୍ତ ମିଳିବ ନାହିଁ। ତତ୍କାଳରେ ଟିକେଟ ବୁକ୍‌ କରିଥିବାରୁ ଟିକେଟ ମଧ୍ୟ ବାତିଲ କରି ପାରିବି ନାହିଁ। ଏହା ମୋତେ ଖୁବ୍‌ ଆଘାତ ଦେଇଛି ବୋଲି ଦୂତୀ କହିଛନ୍ତି। ଆଇଏଫଏଫର ଏହି ୨ଟି ପ୍ରତିଯୋଗିତା ପାଇଁ ଭିଜା ମିଳିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲେ ହେଁ ଏ ନେଇ ଦୂତୀଙ୍କ ସହ ଗତ ମଙ୍ଗଳବାର ଯୋଗାଯୋଗ କରାଯାଇ ପାରିଥିଲା। ପାସପୋର୍ଟ ପାଇଁ ତାଙ୍କର ସ୍ଥାୟୀ ଠିକଣାକୁ ନେଇ କେତେକ ସମସ୍ୟା ରହିଥିଲେ ହେଁ ତାଙ୍କୁ ଅବଗତ କରାଯିବା ବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା। ପ୍ରକାଶ ଯୋଗ୍ୟ ଯେ, ଦୂତୀ ଜୁଲାଇ ୧୦ରେ ଇଟାଲିର ନାପୋଲିଠାରେ ଅନୁଷ୍ଠିତ ବିଶ୍ୱ ୟୁନିଭର୍ସିଟି ଗେମ୍ସରେ ଅଂଶଗ୍ରହଣ କରି ପ୍ରଥମ ଭାରତୀୟ ଭାବେ ମହିଳା ୧୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିଲେ। ୧୦୦ ମିଟର ରେସ୍‌ରେ ବିଶ୍ୱ ଚାମ୍ପିୟନଶିପ୍‌ କ୍ୱାଲିଫାଇଙ୍ଗ୍‌ ଟାଇମିଂ ହେଉଛି ୧୧.୨୪ ସେକେଣ୍ଡ। ୨୦୨୦ ଅଲିମ୍ପିକ୍ସ ପାଇଁ କ୍ୱାଲିଫାଇଙ୍ଗ୍‌ ଟାଇମିଂ ୧୧.୧୫ ସେକେଣ୍ଡ ରହିଛି। ଦୂତୀ ଗତ ଏପ୍ରିଲ୍‌ରେ ଦୋହାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ୧୧.୨୬ ସେକେଣ୍ଡ ନେଇ ବ୍ୟକ୍ତିଗତ ଭାବେ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏଥିରେ ଉନ୍ନତି ଆଣି ସେ ବିଶ୍ୱ ଚାମ୍ପିୟନଶିପ ଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ଲକ୍ଷ୍ୟରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?