ୟୁରୋପ, ଆମେରିକାରେ ବିସ୍ଫୋରକ ସ୍ଥିତି

ଓ୍ବାଶିଂଟନ/ ରୋମ୍‌,୧ା୪: ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ମୃତ୍ୟୁସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଅଦ୍ୟାବଧି ମୋଟ ୩୯,୫୭୫ ଜଣ ଏହି ରୋଗରେ ପଡ଼ି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୮୧୦,୧୨୫ରେ ପହଞ୍ଚିଛି। ତେବେ ବିଶ୍ୱରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୭୨, ୫୩୧ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ଚାଇନା ପରେ ଏବେ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକରେ ଏହି ଭୂତାଣୁ ଆତଙ୍କ ସୃଷ୍ଟି କରିଛି। ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୬, ୨୧୪ରେ ପହଞ୍ଚି ଥିବାବେଳେ ମୃତ୍ୟୁସଂଖ୍ୟା ବଢ଼ି ୩,୧୯୨ରେ ପହଞ୍ଚିଛି। ବିଶ୍ୱର ସବୁଠାରୁ କରୋନା ଆକ୍ରାନ୍ତ ଆମେରିକାରେ ଥିବାବେଳେ ଦ୍ୱିତୀୟ ସ୍ଥାନରେ ରହିଛି ଇଟାଲୀ। ଏହି ଦେଶରେ କରୋନା ଭୂତାଣୁଜନିତ ମୃତ୍ୟୁସଂଖ୍ୟା ୧୧,୫୯୧ ରହିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧,୭୩୯କୁ ବୃଦ୍ଧିପାଇଛି। ସେହିଭଳି ସ୍ପେନ୍‌ରେ ୮,୨୬୯ ଲୋକ ଏହି ରୋଗରେ ମୃତ୍ୟୁବରଣ କଲେଣି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଏଠି ୯୫ ହଜାର ପାଖାପାଖି ହେଲାଣି। ଅନ୍ୟ ୟୁରୋପୀୟ ଦେଶ ବ୍ରିଟେନରେ ମଧ୍ୟ ସ୍ଥିତି ଗମ୍ଭୀର ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୨୫,୧୫୦ରେ ପହଞ୍ଚି ଥିବାବେଳେ ମୃତ୍ୟୁସଂଖ୍ୟା ୧,୭୯୦ ଛୁଇଁଛି। ଜର୍ମାନରେ ୬୮୨ ଜଣ ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୬୮,୧୮୦ ହୋଇଛି। ଆମେରିକା ଓ ୟୁରୋପରେ ସ୍ଥିତି ଗମ୍ଭୀର ରହିଥିବା ବେଳେ ଇରାନରେ କୋଭିଡ୍‌-୧୯ ନେଲାଣି ୨୮୯୮ ଜୀବନ। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୪୪,୬୦୫ରେ ପହଞ୍ଚିଛି। ସ୍ବିଜରଲାଣ୍ଡରେ ୩୯୫ ପ୍ରାଣହାନି ଘଟିଥିବା ବେଳେ ୧୬,୧୮୬ ଆକ୍ରାନ୍ତ ଅଛନ୍ତି। ନେଦରଲାଣ୍ଡରେ ମୃତ୍ୟୁସଂଖ୍ୟା ୧,୦୩୯ ରହିଥିବା ଜଣାପଡ଼ିଛି। ଅନ୍ୟ ଦେଶ ମଧ୍ୟରେ ବେଲଜିୟମରେ ୭୦୫, ତୁର୍କୀରେ ୧୬୮, ଦକ୍ଷିଣ କୋରିଆରେ ୧୬୨, ଇଣ୍ଡୋନେସିଆରେ ୧୩୬, ଅଷ୍ଟ୍ରିୟାରେ ୧୨୮, ପର୍ତ୍ତୃଗାଲରେ ୧୬୦, ବ୍ରାଜିଲରେ ୧୬୭, ସ୍ବୀଡେନରେ ୧୮୦, ଡେନ୍‌ମାର୍କରେ ୯୦, ରୋମାନିଆରେ ୭୮, ଫିଲିପାଇନ୍ସରେ ୮୮ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। ଏହାର ପ୍ରକୋପ ବଢ଼ୁଥିଲା ବେଳେ ସରକାରୀ କଟକଣା ସେଭଳି କାମ ଦେଉ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri