ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍‌ ଥିଲା: ମହେଶ୍ୱର

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍‌ ଥିଲା। ଅଧିକ ସୁଧ ଲୋଭରେ ତତ୍‌କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା ରଖିଛନ୍ତି। ବ୍ୟାଙ୍କ ଏବେ ଦେବାଳିଆ ହେବା ନିଶ୍ଚିତ ଭାବେ ଉଦ୍‌ବେଗଜନକ। ଆର୍‌ବିଆଇ ସହ କଥା ହୋଇ ଶ୍ରୀମନ୍ଦିର ପ୍ରଶାସନ କିଭଳି ମହାପ୍ରଭୁଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରୁ ଉଠାଯାଇ ଜାତୀୟକରଣ ବ୍ୟାଙ୍କରେ ରଖାଯାଇପାରିବ ସେ ନେଇ ବ୍ୟବସ୍ଥା କରିବା ଆବଶ୍ୟକ ବୋଲି ମହେଶ୍ୱର କହିଛନ୍ତି।

ପ୍ରକାଶ ଯେ, ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି। ଏ ନେଇ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ବ୍ୟାଙ୍କର କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କ ବୋର୍ଡକୁ ଆର୍‌ବିଆଇ ବରଖାସ୍ତ କରିଛି। ଏଥିସହ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ ଏପ୍ରିଲ ୩ ଯାଏ କଟକଣା ଲାଗିଛି। ମୋରାଟୋରିୟମ ସମୟ ମଧ୍ୟରେ ଗ୍ରାହକଙ୍କ ପାଇଁ ଉଠାଣ ସୀମା ୫୦ହଜାର ଟଙ୍କା କରାଯାଇଛି। ତେବେ ବିବାହ ନଚେତ ମେଡିକାଲ ଏମର୍ଜେନ୍ସି କ୍ଷେତ୍ରରେ ଏହାକୁ କୋହଳ କରି ୫ ଲକ୍ଷ ଟଙ୍କା କରାଯାଇଛି। ଜମାକାରୀଙ୍କ ସ୍ବାର୍ଥ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ରିଜର୍ଭ ବ୍ୟାଙ୍କ ଗ୍ରାହକଙ୍କୁ କହିଥିଲେ ସୁଦ୍ଧା ଲୋକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି। ଅପରପକ୍ଷେ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି ଏତେ ପରିମାଣର ଟଙ୍କା ଏକ ଘରୋଇ ବ୍ୟାଙ୍କରେ ରଖାଗଲା ତାହାକୁ ନେଇ ବୁଦ୍ଧିଜୀବୀମାନେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri