ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଯିଏ ରଖିଥିବ ସେ ଦାୟୀ: ସଚିବ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଛି। ଏପରିିସ୍ଥଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୯୨ କୋଟି ଟଙ୍କାର ଭବିଷ୍ୟତ ଆଶଙ୍କାରେ ରହିଛି। ଏହାକୁ ନେଇ ଏବେ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି। ରବିବାର ଜଗନ୍ନାଥଙ୍କ ଟଙ୍କା ସମ୍ପର୍କରେ ରାଜ୍ୟ ଅର୍ଥ ସଚିବ ଅଶୋକ କୁମାର ମୀନା କହିଛନ୍ତି, ମହାପ୍ରଭୁଙ୍କ ଟଙ୍କା ଜମା ନେଇ ରାଜ୍ୟ ଅର୍ଥ ବିଭାଗ ଆର୍‌ବିଆଇ ସହ କଥା ହୋଇଛି। ଏପରିକି ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଆର୍‌ବିଆଇକୁ ଚିଠି ଲେଖିଛନ୍ତି। ଜମାକାରୀଙ୍କ ଟଙ୍କା ସୁରକ୍ଷିତ ଥିବା ଆର୍‌ବିଆଇ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି। ସେମାନେ ତାଙ୍କ ଦାୟିତ୍ୱରେ ଟଙ୍କା ରଖିଛନ୍ତି। ଆମେ କାହାକୁ ଅନୁମତି ଦେଇନାହୁଁ। ରାଜ୍ୟ ସରକାର ଏସବୁ ବ୍ୟାଙ୍କରେ ଟଙ୍କା ଜମା କରିବାକୁ ମନା କରିଥିଲେ। ଯଦି କୌଣସି ବିଭାଗ ରଖିଥିବେ, ସେମାନଙ୍କ ନିଜ ଦାୟିତ୍ୱରେ ରଖିଥିବେ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଆର୍‌ବିଆଇ ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ଫଳରେ ଜଗନ୍ନାଥଙ୍କ ୫୪୫ କୋଟି ସ୍ଥାୟୀ ଜମା ଓ ୪୭ କୋଟି ଫ୍ଲେକ୍ସି ଜମାକୁ ମିଶାଇ ମୋଟ ୫୯୨ କୋଟି ଟଙ୍କା ଆଶଙ୍କାରେ ରହିଛି। ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟିର କେହି ବି ମୁହଁ ଖୋଲୁନାହାନ୍ତି। ମହାପ୍ରଭୁଙ୍କ ଟଙ୍କା ଘରୋଇ ବ୍ୟାଙ୍କକୁ ଯିବା ପଛରେ କେତେଜଣ ଅଧିକାରୀଙ୍କୁ ସନ୍ତୁଷ୍ଟ କରାଯାଇଛି। ଦୁଇ ବର୍ଷ ତଳୁ ୟେସ୍‌ ବ୍ୟାଙ୍କ ଦୁର୍ବଳ ସ୍ଥିତି ଦେଇ ଗତି କରୁଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ଏତେ ଗୁଡ଼ାଏ ଟଙ୍କା ଏହି ବ୍ୟାଙ୍କରେ ଜମା ଦେଇଥିବା ନେଇ ବୁଦ୍ଧିଜୀବୀ, ଭକ୍ତଙ୍କ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri