୧୦ଦିନ ହେଲା ସ୍କୁଲରେ ତାଲା

ଠାକୁରମୁଣ୍ଡା,୬ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି ବିଦ୍ୟାଳୟକୁ ବଦଳି ହୋଇ ଆସିଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ବିରୋଧ କରି ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି କାରଣରୁ ଛାତ୍ରୀଛାତ୍ର ଗଛମୂଳେ ପାଠ ପଢୁଥିବା ବେଳେ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବନ୍ଦ ରହିଛି। ଏହାର ସମାଧାନ ନିମନ୍ତେ କୌଣସି ଅଧିକାରୀ ବିଦ୍ୟାଳୟକୁ ଆସି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତ ଅନ୍ତର୍ଗତ ବାଉଁଶପାଣି ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଗତ ଅକ୍ଟୋବର ୨୪ତାରିଖରେ କରଡାପାଳ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରାଯାଇଥିଲା। ସେ ୧ ମାସ ପରେ ଅର୍ଥାତ ନଭେମ୍ବର ୨୫ ତାରିଖରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ବାଉଁଶପାଣି ବିଦ୍ୟାଳୟରେ ଥିବା ସମୟରେ ସେଠାକାର ଗ୍ରାମବାସୀ ତାଙ୍କ ନାମରେ ବିଭିନ୍ନ ଅଭିଯୋଗ ଆଣି ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ପୂର୍ବ ସ୍କୁଲରେ ତାଙ୍କ ନାମରେ ଅଭିଯୋଗ ଥିବାରୁ କରଡାପାଳବାସୀ ତାଙ୍କ ନିଯୁକ୍ତିକୁ ବାତିଲ କରିବାକୁ ଠାକୁରମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ କରଡାପାଳ ଗ୍ରାମବାସୀ ଓ ପରିଚାଳନା କମିଟିର ସଦସ୍ୟମାନେ ଗତ ୨୬ ତାରିଖଠାରୁ ବିଦ୍ୟାଳୟରେ ତାଲା ପକାଇ ରଖିଛନ୍ତି। ଏହି ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ମୋଟ ୬୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟ ଫାଟକରେ ତାଲା ଝୁଲୁଥିବାରୁ ବିଦ୍ୟାଳୟରେ ନିଯୁକ୍ତ ଥିବା ଅନ୍ୟ ୨ଜଣ ଶିକ୍ଷକ ସ୍କୁଲ ସମ୍ମୁଖରେ ଥିବା ଗଛମୂଳେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଛନ୍ତି । ଜଣେ ଶିକ୍ଷୟିତ୍ରୀଙ୍କ ନିଯୁକ୍ତିକୁ ନେଇ ୧୦ ଦିନ ହେଲା ବିଦ୍ୟାଳୟରେ ତାଲା ପଡ଼ିଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଅଧିକାରୀ ଗ୍ରାମବାସୀ ଓ ପରିଚାଳନା କମିଟି ସହିତ ଆଲୋଚନା କରି ନ ଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମନୋରଞ୍ଜନ ବାରିକଙ୍କୁ ପଚାରିବାରୁ ଉକ୍ତ ଶିକ୍ଷୟିତ୍ରୀଙ୍କ ନିଯୁକ୍ତିକୁ ବିରୋଧ କରିବା ସମ୍ପର୍କରେ ପୂର୍ବରୁ ଗ୍ରାମବାସୀ ତାଙ୍କ ସହିତ ଆଲୋଚନା କରିଥିଲେ। ବର୍ତ୍ତମାନ ବିଦ୍ୟାଳୟରେ ତାଲା ପଡିଥିବା ଘଟଣା ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri