୧୦ରୁ ମୌସୁମୀର ପ୍ରତ୍ୟାବର୍ତ୍ତନ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଚଳିତବର୍ଷ ବିଳମ୍ବରେ ଆସିଥିବା ମୌସୁମୀ ଏ ପର୍ଯ୍ୟନ୍ତ ପ୍ରତ୍ୟାବର୍ତ୍ତନ କରିନାହିଁ। ଆସନ୍ତା ୧୦ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବ। ମୌସୁମୀର ଏହା ସବୁଠାରୁ ବିଳମ୍ବିତ ପ୍ରତ୍ୟାବର୍ତ୍ତନ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ବିଶେଷଜ୍ଞଙ୍କ କହିବାନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ଜୁନ ପ୍ରଥମ ସପ୍ତାହରେ କେରଳ ଛୁଇଁଥାଏ। ସାଧାରଣତଃ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ରାଜସ୍ଥାନରୁ ଲେଉଟିବା ଆରମ୍ଭ କରିଥାଏ। ମାତ୍ର ସେପ୍ଟେମ୍ବର ସରି ଅକ୍ଟୋବର ହୋଇଥିଲେ ମଧ୍ୟ ଏବେ ବି’ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଅନ୍ୟପକ୍ଷେ ଚଳିତ ବର୍ଷ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ଏବର୍ଷ ପ୍ରାୟ ୧୧୦ ପ୍ରତିଶତ ଅଧିକ ବର୍ଷା ହୋଇଥିବା ଜଣାପଡ଼ିଛି। ଜୁନ୍‌ ଓ ଜୁଲାଇ ମାସରେ ସ୍ବାଭାବିକଠାରୁ କମ ବର୍ଷା ହୋଇଥିଲା। ମାତ୍ର ଅଗଷ୍ଟ ବେଳକୁ ସ୍ଥିତିରେ ଉନ୍ନତି ଆସିଥିଲା। ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ପ୍ରବଳ ବର୍ଷା ହୋଇଥିଲା। କେତେକ ରାଜ୍ୟରେ ଅତିବୃଷ୍ଟି ମଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri