୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବ ଏବଂ ଆଗକୁ ବଢ଼ିବ। ମୌସୁମୀ ଉପୂକଳ ଓଡ଼ିଶା ବାଲେଶ୍ୱର, ପୁରୀ ଦେଇ ରାଜ୍ୟକୁ ପ୍ରବେଶ କରିବ। ଉପକୂଳବର୍ତ୍ତୀ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ ଆଦି ଜିଲାରେ ବର୍ଷା ପରିମାଣ ବଢ଼ିବ। ଚଳିତ ବର୍ଷ ମୌସୁମୀ ଭଲ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୯୬ରୁ ୧୦୪ ପ୍ରତିଶତ ବର୍ଷ ହେବ ବୋଲି ଅନୁମାନ କରାଯାଇଛି। ଜୁଲାଇରେ ୧୦୬ ମିଲିମିଟର ବର୍ଷା ହେବା ବେଳେ ଅଗଷ୍ଟରେ ୯୬ ପ୍ରତିଶତ ବର୍ଷା ହେବ ବୋଲି ଆକଳନ କରାଯାଇଛି। ବାତ୍ୟା ଅମ୍ଫନ୍‌ ଯୋଗୁ ମୌସୁମୀ ବିଳମ୍ବ ହେବ ବୋଲି କୁହାଯାଉଥିଲା। ମାତ୍ର ମୌସୁମୀ ଉପରେ ଏହାର କୌଣସି ପ୍ରଭାବ ପଡି ନାହିଁ। ମୌସୁମୀ ନିର୍ଦ୍ଧାରିତ ସମୟରେ କେରଳରେ ପହଞ୍ଚିଛି। ମୌସୁମୀ ଆସିବା ଯାଏ ରାଜ୍ୟରେ ତାତି ବଢ଼ିବ ନାହିଁ। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ପୁରୀ, ଅନୁଗୋଳ, କଟକ, ଢେଙ୍କାନାଳ ଏବଂ ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri