୧୦୦ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତରୁ ୧୧

ଲଣ୍ଡନ,୨୦ା୨(ପି.ଟି.): ବିଶ୍ୱର ବିକାଶଶୀଳ ଅର୍ଥନୀତି ମଧ୍ୟରୁ ବଛାଯାଇଥିବା ୧୦୦ଟି ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତରୁ ୧୧ଟି ସ୍ଥାନ ପାଇଛି। ଟାଇମ୍ସ ହାୟର ଏଜୁକେଶନ୍ସ ଇମର୍ଜିଂ ଇକୋନୋମିଜ୍‌ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ ୨୦୨୦ରୁ ଏହା ଜଣାପଡିଛି। ମୋଟ ୪୭ଟି ଦେଶର ୫୩୩ ବିଶ୍ୱବିଦ୍ୟାଳୟକୁ ନେଇ ଏହି ସର୍ଭେ କରାଯାଇଥିବାବେଳେ ସେଥିରେ ଭାରତରୁ ୫୬ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଥିଲା। ଶ୍ରେଷ୍ଠ ବିବେଚିତ ୧୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଚାଇନାରୁ ସର୍ବାଧିକ ୩୦ଟି ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ ଭାରତ ରହିଛି। ଏହି ତାଲିକାରେ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ସାଇନ୍ସ (ଆଇଆଇଏସ୍‌ସି) ୧୬ତମ ସ୍ଥାନରେ ରହିଥିବାବେଳେ ଏହା ପଛକୁ ରହିଛି ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଆଇଆଇଟି)। ଭାରତୀୟ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଦେଖାଇଛନ୍ତି। ଭାରତ ସରକାର ୨୦୧୭ରେ ଇନ୍‌ଷ୍ଟିଚ୍ୟୁଟ୍ସ ଅଫ ଏମିନେନ୍ସ ପ୍ରତିଷ୍ଠା କରିଥିଲେ। ଏଥିରେ ଅଂଶଗ୍ରହଣକାରୀ ବିଶ୍ୱବିଦ୍ୟାଳୟ ଅମୃତ ବିଶ୍ୱ ବିଦ୍ୟାପୀଠମ୍‌ ପ୍ରଥମ ଥର ପାଇଁ ଶ୍ରେଷ୍ଠ ୧୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି। ଅନ୍ୟମାନଙ୍କ ମଧ୍ୟରେ ଆଇଆଇଟି ଖଡ଼ଗପୁର ୨୩ ସ୍ଥାନ ଉପରକୁ ଉଠି ୩୨ତମ ସ୍ଥାନରେ ପହଞ୍ଚିଥିବାବେଳେ ଆଇଆଇଟି ଦିଲ୍ଲୀ ୩୮ତମ, ଆଇଆଇଟି ମାଡ୍ରାସ ୬୩ତମ ସ୍ଥାନରେ ରହିଛି। ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍‌ନୋଲୋଜି ରୋପଡ୍‌ ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ କେମିକାଲ ଟେକ୍‌ନୋଲୋଜି ପ୍ରଥମ ଥର ଏହି ର଼୍ୟାଙ୍କିଙ୍ଗ୍‌ରେ ପ୍ରବେଶ କରି ଶ୍ରେଷ୍ଠ ୧୦୦ ମଧ୍ୟରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri