Posted inଖେଳ

୧୦୬ ରନ୍‌ରେ ଅଲଆଉଟ୍‌ ବାଂଲାଦେଶ

କୋଲକାତା,୨୨।୧୧- ପ୍ରଥମ ମ୍ୟାଚ୍‌ ଭଳି ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଭାରତୀୟ ପେସର ବାଂଲାଦେଶ ବ୍ୟାଟିଂ ଲାଇନ ପାଇଁ ଘାତକ ସାବ୍ୟସ୍ତ ହୋଇଛନ୍ତି। ସ୍ଥାନୀୟ ଇଡେନ ଗାର୍ଡେନଠାରେ ଅନୁଷ୍ଠିତ ଐତିହାସିକ ପିଙ୍କ୍‌ ବଲ ଦିବାରାତ୍ର ଟେଷ୍ଟରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ନିଷ୍ପତ୍ତି ବାଂଲାଦେଶ ଉପରେ ଭାରି ପଡ଼ିଛି। ପ୍ରଥମ ଇନିଂସରେ ଦଳ ମାତ୍ର ୧୦୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। କେବଳ ୩ ଜଣ ଖେଳାଳି ଦୁଇ ଅଙ୍କ ସ୍କୋର ଛୁଇଁ ଥିବାବେଳେ ୪ ବ୍ୟାଟ୍ସମ୍ୟାନ ଖାତା ଖୋଲିପାରି ନ ଥିଲେ। ଶାଦମାନ ଇସଲାମ ୨୯, ଲିଟନ ଦାସ ୨୪ ଓ ନିଇମ ହାସନ ୧୯ ରନ୍‌ କରିଥିଲେ। ଭାରତୀୟ ଅଭିଜ୍ଞ ପେସର ଈଶାନ୍ତ ଶର୍ମାଙ୍କ ଏକ ଘାତକ ବାଉନ୍ସରେ ଲିଟନ ଆହତ ହୋଇ ପ୍ୟାଭେଲିଅନ ଫେରି ଯାଇଥିଲେ। ତାଙ୍କ ବଦଳରେ ଅଲରାଉଣ୍ଡର ମେହିଦି ହାସନଙ୍କୁ ଦଳ ପକ୍ଷରୁ ଚୟନ କରିଥିଲା। ସେ ମାତ୍ର ୮ ରନ୍‌ କରି ଆଉଟ୍‌ ହୋଇଥିଲେ। ଟିମ୍‌ ଇଣ୍ଡିଆ ପାଇଁ ଈଶାନ୍ତ ସର୍ବାଧିକ ୫ ଉଇକେଟ ନେଇଥିଲେ। ତାଙ୍କ ଭଳି ଉମେଶ ଯାଦବ ୩ ଓ ମହମ୍ମଦ ଶାମି ୨ ଉଇକେଟ ହାତେଇଥିଲେ। ସ୍ପିନରଙ୍କ ପାଇଁ ଜଣାଯାଉଥିବା ଭାରତୀୟ ଦଳ ଏହି ଇନିଂସରେ କେବଳ ଗୋଟିଏ ଓଭର ସ୍ପିନର ବ୍ୟବହାର କରିଥିଲା। ଉକ୍ତ ଓଭର ରବୀନ୍ଦ୍ର ଜାଡେଜା ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri