Posted inଜାତୀୟ

୧୦% ଇଡବ୍ଲ୍ୟୁଏସ୍‌ କୋଟା: ସାମ୍ବିଧାନିକ ବେଞ୍ଚ୍‌କୁ ପଠାଇବା ପ୍ରସଙ୍ଗ: ସୁପ୍ରିମକୋର୍ଟରେ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧ା୮: ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ପାଇଁ ଶିକ୍ଷା ଏବଂ ନିଯୁକ୍ତି କ୍ଷେତ୍ରରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାବେଳେ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲା ସାମ୍ବିଧାନିକ ବେଞ୍ଚ୍‌କୁ ପଠାଯିବ କି ନାହିଁ ତାହା ଉପରେ ସୁପ୍ରିମକୋର୍ଟ ବୁଧବାର ରାୟ ସଂରକ୍ଷିତ ରଖିଛନ୍ତି। ଏବେ ବି ଦାରିଦ୍ର୍ୟ ସୀମାରେଖା ତଳେ ରହିଥିବା ପାଖାପାଖି ୨୦ କୋଟି ଲୋକଙ୍କ ଆର୍ଥତ୍କ ବିକାଶ ଉଦ୍ଦେଶ୍ୟରେ ସମ୍ବିଧାନ (୧୦୩ତମ ସଂଶୋଧନ) ଆଇନ, ୨୦୧୯ ଇଡବ୍ଲ୍ୟୁଏସ୍‌ଙ୍କୁ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ପ୍ରଦାନ କରିଥିବା ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଖଣ୍ଡପୀଠଙ୍କୁ ଜଣାଇଥିଲେ। ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଆର୍‌. ସୁଭାଷ ରେଡ୍ଡୀ ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ଆଇନର ବୈଧତାକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଏକାଧିକ ଆବେଦନର ଶୁଣାଣି କରିଥିଲେ।
ବିଭିନ୍ନ ବର୍ଗଙ୍କ ଲାଗି ସ୍ଥାନ ସଂରକ୍ଷଣ ସୁବିଧା ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ୧୯୯୩ର ଏକ ରାୟରେ ସ୍ପଷ୍ଟ କରିଥିଲେ। ତେବେ ଇଡବ୍ଲ୍ୟୁଏସ୍‌ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ବାହାରେ ହୋଇଥିବାରୁ ଏହାର ବୈଧତାକୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। କୋଟା ସୀମା ୫୦% ଅତିକ୍ରମ କରିଥିବାରୁ ଏହା ସମାନତା ନୀତିର ଉଲ୍ଲଂଘନ କରୁଛି ବୋଲି ବରିଷ୍ଠ ଆଇନଜୀବୀ ରାଜୀବ ଧାଓ୍ବନ ଯୁକ୍ତି ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri