Posted inଫୁରସତ

୧୦ ଘଣ୍ଟା ଧରି ଉଠାଇଲେ ଆବର୍ଜନା, ଉପହାରରେ ମିଳିଲା କାର

ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜର୍ଜ ଫ୍ଲୋୟଡ୍‌ ନାମକ ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳିଛି। ଲୋକେ ପ୍ଲାକାର୍ଡ, କାଗଜ ଏବଂ ବୋଡ ଧରି ଏହାର ବିରୋଧ ପ୍ରଦର୍ଶନ କରୁଛନ୍ତି। ଏସବୁ ଭିତରେ ଜଣେ ବ୍ୟକ୍ତି ନିଆରା କାର୍ଯ୍ୟକରି ପ୍ରଶଂସିତ ହୋଇଛନ୍ତି। ପ୍ରତିବାଦ କରି ଲୋକେ ଘରକୁ ଯିବା ପରେ ଆଣ୍ଟୋନିଓ ଜିୟନ୍‌ ନାମକ ଜଣେ ବ୍ୟକ୍ତି ସହରରେ ପଡିଥିବା ଅଳିଆ ଆବର୍ଜନାକୁ ଉଠାଇ ରାସ୍ତା ସଫା କରିଥିଲେ। ୧୮ ବର୍ଷୀୟ ଆଣ୍ଟୋନିଓ ନ୍ୟୁୟର୍କରେ ରାତି ୨ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଅଳିଆ ଉଠାଇଥିଲେ। ମ୍ୟାଟ୍‌ ବ୍ଲକ୍‌ ନାମକ ଜଣେ ବ୍ୟକ୍ତି ଆଣ୍ଟୋନିୟଙ୍କ କାର୍ଯ୍ୟରେ ଖୁସି ବ୍ୟକ୍ତ କରି ତାଙ୍କୁ ଏକ କାର ଉପହାର ଦେଇଥିଲେ। ଏପରି ଉପହାର ପାଇବା ପରେ ମୋ ପାଖରେ କହିବାକୁ କୌଣସି ଶବ୍ଦ ନାହିଁ ବୋଲି ଆଣ୍ଟୋନିଓ କହିଛନ୍ତି। ସେ ଏବେ କଲେଜରେ ପଢୁଥିବା ଜଣାପଡିଛି। ସୂଚନାଯୋଗ୍ୟ, ମିନେପୋଲିସ୍‌ ସହରରେ କୃଷ୍ଣକାୟ ବ୍ୟକ୍ତିଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚାପି ରଖି ମାରିଦେବାର ଭିଡିଓ ଭାଇରାଲ ହେବା ପରେ ହିଂସା କ୍ରମଶଃ ଉଗ୍ର ରୂପ ଧାରଣ କରିଛି। ସମ୍ପୃକ୍ତ ପୋଲିସ ଅଧିକାରୀ ଏବଂ ତାଙ୍କୁ ସହାୟତା କରିଥିବା ପୋଲିସ ବିରୋଧରେ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri