୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ ରାଜ୍ୟର ଅନ୍ୟାନ୍ୟ ଭାଗରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବାଧିକ ୫୦.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୧.୭, ଝାରସୁଗୁଡ଼ା ୩.୮, ହୀରାକୁଦ ୭.୮, ସମ୍ବଲପୁର ୧୬.୪, ସୁନ୍ଦରଗଡ଼ ୪, ବଲାଙ୍ଗୀର ୩୫.୪, ଫୁଲବାଣୀ ୧୮.୨ ଏବଂ ବୌଦ୍ଧରେ ୫.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। କେବଳ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଭାଗରେ ସର୍ବୋଚ୍ଚ ତାପମାତ୍ରା ୩୧ରୁ ୩୯ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରିହଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri