Posted inଜାତୀୟ

୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର

ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍‌କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ ରାୟ ଦେବେ। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବେ। ଏହା ପୂର୍ବରୁ ନଭେମ୍ବର ୧୬ ସୁଦ୍ଧା ଅଯୋଧ୍ୟା ମାମଲା ସହିତ ସାବରିମାଲା, କେନ୍ଦ୍ର ସରକାରଙ୍କ ରାଫାଲ୍‌ ଡିଲ୍‌ ଏବଂ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ସୂଚନା ଅଧିକାର ଆଇନ ପରିସର ଭୁକ୍ତ ମାମଲା ଆଦିର ରାୟ ଆସିବାର ସମ୍ଭାବନା ରହିଛି। ୧୮୫୮ଠାରୁ ଅଯୋଧ୍ୟା ମାମଲା ଦେଶର ସାମାଜିକ-ଧାର୍ମିକ କ୍ଷେତ୍ର ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହୋଇ ଉଠିଛି। ସେହିପରି ସାବରୀମାଲାରେ ୧୦ରୁ ୫୦ ବର୍ଷ ବୟସ୍କ ମହିଳା ପ୍ରବେଶ ଅନୁମତି ଦେବା ମାମଲାରେ ୬୫ଟି ଆବେଦନ ଦାଖଲ ହୋଇଥିଲା। ସୁପ୍ରିମ୍‌କୋର୍ଟର ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ରାୟ ସଂରକ୍ଷିତ ରଖିଥିଲେ। ୨୦୧୮ ସେପ୍ଟେମ୍ବର ୨୮ରେ ପୁନର୍ବିଚାର ଲାଗି ୫୭ଟି ଆବେଦନ ଦାଖଲ ହୋଇଥିଲା। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ସୂଚନା ଅଧିକାର ଆଇନ ପରିସର ଭୁକ୍ତ ହେବେ କି ନାହିଁ ବୋଲି ପ୍ରଶ୍ନ କରି ଆରଟିଆଇ କର୍ମୀ ସୁଭାଷ ଚନ୍ଦ୍ର ଅଗ୍ରଓ୍ବାଲ ଏକ ଆବେଦନ ଦାଖଲ କରିଥିଲେ। ଫ୍ରାନ୍ସ ଠାରୁ ୩୬ ରାଫାଲ୍‌ ଯୁଦ୍ଧ ବିମାନ କିଣିବାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଏକ ମାମଲା ଦାଖଲ କରାଯାଇଥିଲା। ମେ ୧୦ରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ମାମଲାର ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri