୧୦ ଦିନରେ ବଢ଼ିଗଲେ ୩୪ ଆକ୍ରାନ୍ତ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରଥମେ ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟରେ ସଂକ୍ରମଣ ବଢ଼ିଥିଲା। ହେଲେ ଏବେ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତା ବଢ଼ାଇଛି। ଶୁକ୍ରବାର ଭଦ୍ରକର ଆଉ ୫ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏମାନେ ସମସ୍ତେ ପୁରୁଷ। ଦୁଇଜଣଙ୍କ ବୟସ ୪୦ବର୍ଷ ହୋଇଥିବାବେଳେ ଅନ୍ୟମାନେ ୨୯, ୪୧ ଓ ୨୪ ବର୍ଷର ବୋଲି ଜଣାପଡିଛି। ତିହିଡ଼ି ଓ ଧାମନଗର ବ୍ଲକର ଦୁଇଜଣ ଲେଖାଏ ରହିଥିବାବେଳେ ଅନ୍ୟଜଣଙ୍କ ସମ୍ପର୍କରେ ସୂଚନା ମିଳିପାରିନି। ତେବେ ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା। ଏମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ କରାଯିବା ପାଇଁ ଯୋଗାଯୋଗ କରାଯାଉଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ, ମାର୍ଚ୍ଚ ୧୫ରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏପ୍ରିଲ ୫ ଅର୍ଥାତ୍‌ ୨୧ ଦିନରେ କୋଭିଡ୍‌-୧୯ରେ ୩୦ଜଣ ଆକ୍ରାନ୍ତ ହୋଇଥିଲେ। ତେବେ ଏପ୍ରିଲ ୬ରୁ ୧୪ ତାରିଖ ଏହି ୯ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣ ବୃଦ୍ଧି ପାଇ ୬୦ରେ ପହଞ୍ଚତ୍ଥିଲା। କିନ୍ତୁ ଗତ ୧୫ରୁ ୨୪ ତାରିଖ ୧୦ଦିନ ମଧ୍ୟରେ ଆଉ ୩୪ ବୃଦ୍ଧି ପାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଛୁଇଁଛି। ଅଳ୍ପ କେତେଜଣଙ୍କୁ ଛାଡ଼ିଦେଲେ ସମସ୍ତେ ହେଉଛନ୍ତି ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲାର। ଏମାନେ ପଶ୍ଚିମବଙ୍ଗ ଫେରନ୍ତା କିମ୍ବା ସେମାନଙ୍କ ସଂସ୍ପର୍ଶରେ ଆସି ଅନ୍ୟମାନେ ସଂକ୍ରମିତ ହୋଇଛନ୍ତି।
ଅନ୍ୟପକ୍ଷରେ ଆକ୍ରାନ୍ତଙ୍କ ସଂଖ୍ୟାରେ ଭୁବନେଶ୍ୱର ତଳକୁ ଯାଜପୁର ରହିଥିବାବେଳେ ଶୁକ୍ରବାର ଭଦ୍ରକରୁ ଆଉ ୫ଜଣ ପଜିଟିଭ ଚିହ୍ନଟ ହେବା ପରେ ଏହି ଜିଲା ଯାଜପୁର ଓ ବାଲେଶ୍ୱରକୁ ଟପିଯାଇଛି। ଏବେ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଥିବାବେଳେ ଯାଜପୁରରେ ୧୨ ଓ ଭଦ୍ରକରେ ୧୬ ହୋଇଛି। ରାଜ୍ୟର ମୋଟ ୯୪ ଆକ୍ରାନ୍ତଙ୍କ ମଧ୍ୟରୁ ଏହି ୩ ଜିଲାର ୩୮ଜଣ ରହିଛନ୍ତି। ସେପଟେ ୩୩ଜଣ ସୁସ୍ଥ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ତେଣୁ ବର୍ତ୍ତମାନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦ ରହିଛି ଓ ୧୭୦ଜଣ ସନ୍ଦିଗ୍ଧ ହସ୍ପିିଟାଲ ଆଇସୋଲେଶନରେ ରହିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?