୧୦ ବର୍ଷ ପରେ ହଜିଲା ପୁଅଙ୍କୁ ପାଇଲେ ମା’

କୋଦଳା,୩୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ଜଣେ ଦିବ୍ୟାଙ୍ଗ ନାବାଳକ ୧୦ବର୍ଷ ତଳେ କେଉଁଆଡ଼େ ଚାଲିଯାଇଥିଲେ। ଗତ ଶୁକ୍ରବାର ହଜିଲା ପୁଅ ତାଙ୍କ ମା’ଙ୍କ ପାଖକୁ ଫେରିଛନ୍ତି। ନାବାଳକ ଜଣକ ହେଲେ ଶେଖ ବାବା ଓରଫ କାଳିଆ (୧୭)। କଥା କହିପାରୁ ନ ଥିବା ଶେଖ ବାବା ୭ ବର୍ଷର ହୋଇଥିବା ବେଳେ କୌଣସି ପ୍ରକାରେ ପରିବାର ଲୋକଙ୍କଠାରୁ ଅଲଗା ହୋଇଯାଇଥିଲେ। ପ୍ରାୟ ୩ ବର୍ଷ ତଳେ ବ୍ରହ୍ମପୁରରେ ସେ ଅସହାୟ ଅବସ୍ଥାରେ ବୁଲୁଥିଲେ। ତାଙ୍କୁ ଜିଲା ଶିଶୁ କଲ୍ୟାଣ କମିଟି ଉଦ୍ଧାର କରିଥିଲା। କଥା କହିପାରୁ ନଥିବାରୁ ତାଙ୍କ ନାମ କାଳିଆ ରଖି ତଦାରଖ ନିମନ୍ତେ ୨୦୧୬ ଜାନୁୟାରୀ ୨୧ ତାରିଖରେ କୋଦଳା ବାଲ ବିକାଶ ବିଶ୍ୱନାଥ ଅପାସରା ମାନସିକ ଓ ଭିନ୍ନକ୍ଷମ ବିଦ୍ୟାଳୟକୁ ଛଡା ଯାଇଥିଲା। ଉକ୍ତ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ କାଳିଆଙ୍କ ହସ୍ତାକ୍ଷର ଦେଖି ସେ ମୁସଲିମ ସମ୍ପ୍ରଦାୟର ହୋଇଥାଇପାରନ୍ତି ବୋଲି ଜାଣି ସ୍ଥାନୀୟ କେତେଜଣଙ୍କ ମୁସଲମାନ ସମ୍ପ୍ରଦାୟର ଲୋକଙ୍କ ସହାୟତା ନେଇଥିଲେ। ଗତ ୧୫ ତାରିଖରେ କାଳିଆଙ୍କ ପରିଚୟ ମିଳିପାରି ଥିଲା। କାଳିଆ ଦିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ସ୍ବର୍ଗତ ଶେଖ କମଲ ଓ ସାହାଜବୀଙ୍କ ପୁଅ ଶେଖ ବାବା ବୋଲି ଜଣାପଡିଥିଲା। ଏହାଛଡା ସ୍ଥାନୀୟ ସରପଞ୍ଚ କୁରୁ ସେଠୀ ଓ ପରିବାର ଲୋକେ ଶେଖବାବାଙ୍କ ଶରୀରରେ ଥିବା ସମସ୍ତ ଚିହ୍ନ ଓ ପିଲାଦିନ ଫଟୋକୁ ଦେଖି ତାଙ୍କୁ ଚିହ୍ନଟ କରିଥିଲେ। ଶୁକ୍ରବାର ବ୍ରହ୍ମପୁରସ୍ଥିତ ଜିଲା ଶିଶୁ କଲ୍ୟାଣ କମିଟି ମାଧ୍ୟମରେ ଶେଖବାବାଙ୍କୁ ତାଙ୍କ ମା’ ସାହାଜବୀଙ୍କୁ ହସ୍ତାନ୍ତର କରାଯାଇଥିବା କୋଦଳା ମାନସିକ ଓ ଭିନ୍ନକ୍ଷମ ବିଦ୍ୟାଳୟ ଅଧ୍ୟକ୍ଷ ଅବିରେଶ ପ୍ରସାଦ ମହାପାତ୍ର ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri