୧୦ ଶ୍ରମିକଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ

ବରଗଡ଼ ଅଫିସ୍‌,୮।୫: ଲକ୍‌ ଡାଉନ୍‌ କଟକଣା ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ସେମାନେ ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସେଥିରେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି। କିଏ ଚାଲି ଚାଲି ତ ଆଉ କେହି ସାଇକେଲ ଯୋଗେ ଫେରୁଥିବା ଦେଖିବାକୁ ମିଳୁଛି । ଶୁକ୍ରବାର ପିଲାଛୁଆଙ୍କ ସହିତ ୧୦ଜଣ ପ୍ରବାସୀ ଶ୍ରମିକ ଗାଇସିଲେଟ-ପଦ୍ମପୁର ରାସ୍ଥାରେ ଛତିଶଗଡ଼ ଅଭିମୁଖେ ଯାଉଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଦେଖିବା ପରେ ବିଡ଼ିଓ ଏବଂ ତହସିଲଦାରଙ୍କୁ ଖବର ଦେଇଥିଲେ । ପରେ ବିଡ଼ିଓ ନିରଞ୍ଜନ ସା ଏବଂ ତହସିଲଦାର ପୁଷ୍ପକ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ତାଲପାଲି ସରପଞ୍ଚ ସୁଶାନ୍ତ ସାହୁ ସେମାନଙ୍କ ଖାଇବା ବ୍ୟବସ୍ଥା କରିଥିଲେ । ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଏକ ଚାରିଚକିଆ ଗାଡ଼ିରେ ଛତିଶଗଡ଼ସ୍ଥିତ ସେମାନଙ୍କ ଘରେ ଛାଡ଼ିବାକୁ ନିଆଯାଇଥିଲା। ଏହି ଶ୍ରମିକମାନେ ସୋନପୁର ଜିଲାର ଏକ ଇଟାଭାଟିରେ କାମ କରୁଥିଲେ । ମାତ୍ର ଲକ୍‌ ଡାଉନ୍‌ ପରେ କାମଧନ୍ଦା ବନ୍ଦ ହୋଇଯିବାରୁ ସେମାନେ ଚାଲି ଚାଲି ଘରକୁ ଫେରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri