୧୧କି.ମି. ଦୌଡ଼ି ବିବାହ କରିବାକୁ ପହଞ୍ଚିଲେ ବର

ଇନ୍ଦୋର,୨୧।୧: ବର୍ତ୍ତମାନର ଖାଦ୍ୟପେୟ ଓ ଦୂଷିତ ପରିବେଶକୁ ଆଖି ଆଗରେ ରଖି ଶରୀରକୁ ସୁସ୍ଥ ରଖିବା ପାଇଁ ଲୋକମାନେ ଏବେ ସଜାଗ ହେଲେଣି। ନିଜକୁ ଫିଟ୍‌ ରଖିବା ପାଇଁ ଲୋକେ ବିଭିନ୍ନ ପ୍ରକାରର ଯୋଗ ସହ ଜିମ୍‌ ଯାଉଥିବା ବେଳେ ଲଗାତାର କଠିନ ପରିଶ୍ରମ କରୁଛନ୍ତି। ଏହାରି ଭିତରେ ମଧ୍ୟପ୍ରଦେଶ ଇନ୍ଦୋରରେ ଜଣେ ଯୁବକ ଫିଟ୍‌ନେସ୍‌କୁ ପ୍ରୋତ୍ସାହିତ କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଇଛନ୍ତି। ସୂଚନାଯୋଗ୍ୟ, ସୋମବାର ଇନ୍ଦୋରର ଗଣେଶ ନଗରରେ ରହୁଥିବା ଫିଜିକାଲ ଟ୍ରେନର ନିରଜ ମାଲବିୟଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ନିରଜ ନିଜ ବିବାହକୁ ସ୍ମୃତି କରି ରଖିବାକୁ ଓ ଫିଟ୍‌ନେସ୍‌କୁ ପ୍ରୋତ୍ସାହିତ କରିବା ପାଇଁ ନିଆରା ଢ଼ଙ୍ଗ ଆପଣାଇଥିଲେ। ବିବାହକୁ ସ୍ବତନ୍ତ୍ର କରିବା ଲାଗି ବରାଯାତ୍ରୀରେ ଲୋକେ ଦୌଡି ଦୌଡି ଯିବା ପାଇଁ ନିରଜ ଯୋଜନା କରିଥିଲେ। ଏହି ଯୋଜନା ପ୍ରଥମେ ଘରଲୋକଙ୍କୁ ଚକିତ କରିଦେଇଥିଲା। ହେଲେ ଏହା ପଛରେ ଥିବା ନିରଜଙ୍କ ମୂଳ ଉଦ୍ଦେଶ୍ୟକୁ ଜାଣିପାରି ତାଙ୍କ କଥାରେ ଘରଲୋକ ମଧ୍ୟ ସହମତି ପ୍ରକାଶ କରିଥିଲେ। ଏହାପରେ ତାଙ୍କ ବରଯାତ୍ରୀରେ ସମସ୍ତେ ଦୌଡିକି ଯାଇଥିଲେ। ଏପରିକି ନିଜେ ନିରଜ ମଧ୍ୟ ଶେରଓ୍ବାନି ପିନ୍ଧି ଦୀର୍ଘ ୧୧କିଲୋମିଟର ଦୌଡ଼ି ଦୌଡି ବିବାହ କରିବା ପାଇଁ ଝିଅ ଘରେ ପହଞ୍ଚିଥିଲେ। ତାଙ୍କ ବରଯାତ୍ରୀ ଦଶହରା ମୈଦାନରୁ ବାହାରି ସଙ୍ଗମ ନଗର ପର୍ଯ୍ୟନ୍ତ ପହଞ୍ଚିଥିବା ବେଳେ ଏଥିରେ ୫୦ଜଣ ସାମିଲ ହୋଇଥିଲେ।

ସବୁଠାରୁ ବଡ଼ କଥା ହେଲା ଏଥିରେ ୧୮ ବୟସରୁ ଆରମ୍ଭ କରି ୭୦ ବର୍ଷ ବୟସ୍କ ପର୍ଯ୍ୟନ୍ତ ବ୍ୟକ୍ତି ସାମିଲ ହୋଇଥିଲେ। ତେବେ ରାସ୍ତାରେ ବର ଶେରଓ୍ବାନି ପିନ୍ଧି ଦୌଡୁଥିବା ଦେଖି ସେଠାରେ ଉପସ୍ଥିତ ଲୋକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେହି ସମୟର ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅପରପକ୍ଷେ ନିରଜଙ୍କ ଏଭଳି ପଦକ୍ଷେପକୁ କନ୍ୟାପକ୍ଷ ପ୍ରଶଂସା କରିଥିବା ବେଳେ କନ୍ୟା ନୀକିତା ବିଲୋରେ ମଧ୍ୟ ନୀରଜଙ୍କ କାର୍ଯ୍ୟ ପାଇଁ ଗର୍ବ ଅନୁଭବ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫିଟ୍‌ ଇଣ୍ଡିଆ ସ୍ଳୋଗାନରୁ ପ୍ରେରିତ ହୋଇ ଫିଟ୍‌ନେସ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ନିରଜଙ୍କ ଏହି ପଦକ୍ଷେପକୁ ସ୍ଥାନୀୟ ଲୋକେ ସ୍ବାଗତ ଜଣାଇଛନ୍ତି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri