୧୧ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏଥିସହିତ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହିତ କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ରେ ୧୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୧୬.୮, ଝାରସୁଗୁଡା ୬୩.୮, ସମ୍ବଲପୁର ୩୮, ହୀରାକୁଦ ୨୧.୪, ଭବାନୀପାଟଣା ୩୯.୬, ବଲାଙ୍ଗୀର ୮.୪, କୋରାପୁଟ ୨୭.୮, ଫୁଲବାଣୀ ୧୩, ଟିଟିଲାଗଡ ୯୭, ଦାରିଙ୍ଗବାଡି ୨୧, ଛତ୍ରପୁର ୨୫, ପାରଳାଖେମୁଣ୍ଡି ୧୩.୨ ଏବଂ ରାୟଗଡ଼ା ଜିଲାରେ ୩୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଜୁନ୍‌ ପହିଲାରୁ ୨୧ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଠାରୁ ୩୬ ପ୍ରତିଶତ ଅଧିକ ବର୍ଷ ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ ଭାବେ ୧୨୬.୫ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୭୨.୩ ମିଲିମିଟର ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri