୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା

ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ। ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମଓ) ଡା. ଶ୍ୱେତ କୁମାର ମହାପାତ୍ର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ଏହି ଜେଇ ଟିକା ପିଲାମାନଙ୍କୁ ଦିଆଯାଉଥିବା ବେଳେ ନୟାଗଡ଼ ଜିଲାରେ ଏହା ପ୍ରଥମ ଥର ପାଇଁ ଦିଆଯିବ। ଏହା ମାଗଣାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବାରୁ ସମସ୍ତ ଅଭିଭାବକ ସେମାନଙ୍କ ପିଲା ଯେପରି ଏହି ଟିକା ନେବେ ସେଥିପ୍ରତି ଧ୍ୟାନ ଦେବାକୁ ସେ ଅନୁରୋଧ କରିଥିଲେ। ବାହାରେ ଏହି ଟିକା ମିଳୁ ନ ଥିବା ସିଡିଏମଓ ପ୍ରକାଶ କରିଥିଲେ। ଜିଲାରେ ୨ ଲକ୍ଷ ୪ ହଜାର ୨୦୩ ଜଣ ୧ରୁ ୧୫ ବର୍ଷ ପିଲମାନଙ୍କୁ ଏହି ଟିକା ପ୍ରଦାନ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ୭୯୪ ଜଣ ସ୍ବାସ୍ଥ୍ୟ କର୍ମୀମାନଙ୍କ ତତ୍ତ୍ୱାବଧାନରେ ୮୮୫ ଜଣ ଆଶାକର୍ମୀ ଓ ୧୫୮୪ ଜଣ ଅଙ୍ଗନୱାଡ଼ି କର୍ମୀ ପିଲାମାନଙ୍କୁ ଏହି ଟିକା ଦେବେ। ଆସନ୍ତା ୧୧ରୁ ଏହା ଆରମ୍ଭ ହୋଇ ଡିସେମ୍ବର ୧୧ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ସପ୍ତାହରେ କର୍ମୀମାନେ ବିଦ୍ୟାଳୟକୁ ଯାଇ ପିଲାମାନଙ୍କୁ ଟିକା ପ୍ରଦାନ କରିବେ। ପରେ ଯେଉଁ ପିଲାମାନେ ଟିକା ନେବାରୁ ବଞ୍ଚତ୍ତ ହୋଇଥିବେ ସେମାନଙ୍କୁ ଗ୍ରାମରେ ଘରେ ଘରେ ବୁଲି କର୍ମୀମାନେ ଟୀକା ଦେବେ । ଏହି ଟିକା ନେବା ପରେ କୌଣସି ପାର୍ଶ୍ୱ ପତିକ୍ରିୟା ନ ଥିବା ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ଖବରଦାତା ସମ୍ମିଳନୀରେ କୁଷ୍ଠ ରୋଗ ଅଧିକାରୀ ଡା. ବନମାଳୀ ପ୍ରଧାନ, ସହକାରୀ ଜନସ୍ବାସ୍ଥ୍ୟ ସଞ୍ଚାରଣ ଅଧିକାରୀ ପ୍ରସନ୍ନ କୁମାର ମହାପାତ୍ର ଓ ଗୋପାଳ କୃଷ୍ଣ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri