୧୧ ଦିନ ପରେ ନାଲ୍‌କୋ ବିଶ୍ୱକର୍ମା ପୂଜା: ଝଲସିବ ଆଲୁମିନିୟମ ନଗରୀ

ବଅଁରପାଳ, ୬।୯ (ଡି.ଏନ୍‌.ଏ) – ନାଲ୍‌କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର ନାଲକୋ ନଗର ଏବେ ଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ ବର୍ଷ ୨୩ଟି ମଣ୍ଡପରେ ବିଶ୍ୱନିର୍ମାତା ପୂଜା ପାଇବେ। ପୂଜା ପାଇଁ ସମସ୍ତ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଛି। ବ୍ୟଙ୍ଗ କାରିଗରଙ୍କ ଦ୍ୱାରା ମୂର୍ତ୍ତି, ସାଜସଜ୍ଜା ଓ ତୋରଣ ନିର୍ମାଣ ସହ ବିଭିନ୍ନ ପୂଜା କମିଟି ପକ୍ଷରୁ ବାଉଁଶ ତୋରଣ ପ୍ରସ୍ତୁତି କାମ ମଧ୍ୟ ଆରମ୍ଭ ହେଲାଣି।
ପ୍ରତିଯୋଗିତାମୂଳକ ଭାବେ ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ସାଜସଜ୍ଜା ହୋଇଥାଏ। ପୂଜା ଆସିଲେ ସମଗ୍ର ନାଲକୋ ନଗରୀ ଝଲସି ଉଠିଥାଏ। ଆକର୍ଷଣୀୟ ତୋରଣ ସାଙ୍ଗକୁ ସୁସଜ୍ଜିତ ପୂଜା ମଣ୍ଡପ ଓ ରଙ୍ଗୀନ ଆଲୋକମାଳାରେ ସମଗ୍ର ଅଞ୍ଚଳ ଝଲମଲ ହୋଇପଡ଼ିଥାଏ। ପୂଜା ଅଞ୍ଚଳରେ ମୀନା ବଜାର, ଦୋଳି, ପଲ୍ଲିଶ୍ରୀମେଳା, ଗୁପ୍‌ଚୁପ, ଦହିବରା ସାଙ୍ଗକୁ ବିଭିନ୍ନ ପ୍ରକାର ଦୋକାନ ବଜାର ପଡ଼ିଥାଏ। ୭ ଦିନ ଧରି ଏହି ପୂଜା ଅନୁଷ୍ଠିତ ହୋଇଥାଏ। ପ୍ରତି ସନ୍ଧ୍ୟାରେ ଲୋକାରଣ୍ୟ ହୋଇପଡ଼ିଥାଏ ନାଲକୋ ନଗର। ନାଲକୋ ପ୍ରଶାସନ ପକ୍ଷରୁ ପୂଜାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଉଛି। ସେହିପରି ଟ୍ରାଫିକ ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ଚଳିତବର୍ଷ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ ବୋଲି ଜଣାଯାଇଛି। ଆସନ୍ତା ୨୩ ତାରିଖରେ ପ୍ରଭୁ ବିଶ୍ୱକର୍ମାଙ୍କର ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri