୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି। ୨୦୦୮-୦୯ ପରଠାରୁ ଏହି ମାମଲାଗୁଡିକରେ ୧.୮୫ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା ଅର୍ଥରାଷ୍ଟ୍ରମନ୍ତ୍ରୀ ଅନୁରାଗ ସିଂ ଠାକୁର ରାଜ୍ୟ ସଭାକୁ ଏକ ମଙ୍ଗଳବାର ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି। ୨୦୧୬-୧୭ରେ ୩,୯୨୭ ଠକେଇ ମାମଲା ରିପୋର୍ଟ କରାଯାଇଛି। ଏଥିରେ ଠକେଇ ପରିମାଣ ୨୫,୮୩୩.୯୯ କୋଟି ଟଙ୍କା ରହିଛି। ଏହା ୧୧ ବର୍ଷରେ ସର୍ବାଧିକ ରହିଛି। ଏହାର ପରବର୍ତ୍ତୀ ବର୍ଷଗୁଡିକରେ ଠକେଇ ମାମଲା ବଢି ୪୨୨୮ ଛୁଇଁଛି। ଏଥିରେ ୯,୮୬୬ କୋଟି ଟଙ୍କା କ୍ଷତି ହୋଇଛି। ୨୦୧୮-୧୯ରେ ୨୮୩୬ ଠକେଇ ମାମଲା ରିପୋର୍ଟ କରାଯାଇଛି। ଏଥିରେ ୬,୭୩୪.୬୦ କୋଟି ଟଙ୍କା ବ୍ୟାଙ୍କଗୁଡିକ କ୍ଷତି ସହିଛନ୍ତି। ୨୦୧୨-୧୩ରେ ବ୍ୟାଙ୍କ ଏବଂ ନିର୍ଦ୍ଦିଷ୍ଟ ବିତ୍ତ ପ୍ରତିଷ୍ଠାନଗୁଡିକରେ କ୍ଷତି ମାମଲା ସଂଖ୍ୟା ୪୫୦୪ ରହିଥିଲା। ଏଥିରେ ୨୪,୮୧୯.୩୬ କୋଟି ଟଙ୍କା ଜଡିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?