୧୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୬୦୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ବୁଧବାର ରାଜ୍ୟରେ ୧୧୬୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୮୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୧ ଲକ୍ଷ ୬୭ ହଜାର ୦୯୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୪୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୮୫, ବାଲେଶ୍ୱରରୁ ୩୦୫, ବରଗଡ଼ରୁ ୧୪୫, ଭଦ୍ରକରୁ ୧୫୩, ବଲାଙ୍ଗୀରରୁ ୨୨୯, ବୌଦ୍ଧରୁ ୭୮, କଟକରୁ ୮୯୮, ଦେବଗଡ଼ରୁ ୭୫, ଢେଙ୍କାନାଳରୁ ୭୧, ଗଜପତିରୁ ୮୭, ଗଞ୍ଜାମରୁ ୯୩, ଜଗତ୍‌ସିଂହପୁରରୁ ୧୩୪, ଯାଜପୁରରୁ ୨୩୧, ଝାରସୁଗୁଡ଼ାରୁ ୨୧୯, କଳାହାଣ୍ଡିରୁ ୧୦୩, କନ୍ଧମାଳରୁ ୮୦, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୧୨୧, କୋରାପୁଟରୁ ୧୬୮, ମାଲକାନଗିରିରୁ ୮୫ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୧୪୯, ନୟାଗଡ଼ରୁ ୨୦୬, ନୂଆପଡ଼ାରୁ ୧୬୬ , ପୁରୀରୁ ୧୫୭, ରାୟଗଡ଼ାରୁ ୨୨୯ ,ସମ୍ବଲପୁରରୁ ୩୯୦ ସୁବର୍ଣ୍ଣପୁରରୁ ୧୧୪ , ସୁନ୍ଦରଗଡ଼ରୁ ୧୨୧୯ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୮୭୭ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri