Posted inଖେଳ

୧୧.୧୫ ଟାଇମିଂ ହେଉଛି ମୂଳ ଲକ୍ଷ୍ୟ: ଦୂତୀ

ଭୁବନେଶ୍ୱର, ୧୪।୧୦(ସ୍ପୋଟର୍‌ସ ବ୍ୟୁରୋ)- ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ରାଞ୍ଚିରେ ଚାଲିଥିବା ଜାତୀୟ ଓପନ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଶ୍ରେଷ୍ଠ ଆଥଲେଟ ବିବେଚିତ ହୋଇଛନ୍ତି। ଉଭୟ ୧୦୦ ଓ ୨୦୦ ମିଟର ଦୌଡ଼ରେ ସ୍ବର୍ଣ୍ଣ ପଦକ ହାସଲ କରି ସେ ପୁରସ୍କୃତ ହୋଇଛନ୍ତି। ଆଥଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫଆଇ) ଅଧ୍ୟକ୍ଷ ଆଦିଲ ସୁମରିଓ୍ବାଲ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ।
ରବିବାର ୨୦୦ ମିଟର ଦୌଡରେ ସ୍ବର୍ଣ୍ଣ ପଦକ ହାସଲ କରି ପୁଣି ଥରେ ନିଜର ଶ୍ରେଷ୍ଠତ୍ୱ ଜାହିର କରିଛନ୍ତି। ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ୨୦୦ ମିଟର ଫାଇନାଲ ରେସ୍‌ରେ ସେ ତାଙ୍କ ସେମି ପ୍ରଦର୍ଶନରେ ଉନ୍ନତି ଆଣି ୨୩.୧୭ ସେକେଣ୍ଡ ନେଇ ପ୍ରଥମ ସ୍ଥାନ ଅଧିକାର କରିବା ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ତାମିଲନାଡୁର ଅର୍ଚ୍ଚନା ସୁସେନ୍ଦ୍ରନ ୨୩.୪୧ ସେକେଣ୍ଡ ସମୟ ନେଇ ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ଜିତିଛନ୍ତି। ରେଲଓ୍ବେର ଚନ୍ଦ୍ରଲେଖା ଆନନ୍ଦନ ୨୩.୭୪ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନରେ ରହିବା ସହ ବ୍ରୋଞ୍ଜ ପଦକ ଜିତିଛନ୍ତି।
ଦୂତୀ ନିଜ ପ୍ରଦର୍ଶନରେ ସନ୍ତୋଷ ପ୍ରକଟ କରିଛନ୍ତି। ଏ ବର୍ଷ ମୋର ପ୍ରଦର୍ଶନରେ ଯଥେଷ୍ଟ ଉନ୍ନତି ହୋଇଛି ବୋଲି ଦୂତୀ କହିଛନ୍ତି। ୨୦୧୬ରେ ମୋର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ଥିଲା ୧୧.୨୪। ଏହା ଆଲମାଟିରେ ହାସଲ କରିଥିଲି। ତେବେ ୨୦୧୭ /୧୮ରେ ମୋର ପ୍ରଦର୍ଶନରେ ସେଭଳି ଉନ୍ନତି ହୋଇ ନ ଥିଲା। ୨୦୧୯ରେ ପ୍ରଦର୍ଶନ ଭଲ ରହିଲା। ଏବେ ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ପ୍ରସ୍ତୁତି ଚଳାଇଛି। ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ୧୧.୧୫ ଟାର୍ଗେଟ ରଖାଯାଇଛି। ଏବେ ଏହାକୁ ହାସଲ କରିବା ମୋର ମୂଳ ଲକ୍ଷ୍ୟ ବୋଲି ଦୂତୀ କହିଛନ୍ତି। ଦୋହାରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ଭଲ ପ୍ରଦର୍ଶନ କରି ନ ପାରି ନିରାଶ ହୋଇଥିଲି। ଏହି ମେଗା ଇଭେଣ୍ଟରେ ଫାଇନାଲରେ ପ୍ରବେଶ କରିପାରି ନ ଥିଲି ଓ ମେଡାଲ ମଧ୍ୟ ହାସଲ କରିପାରି ନ ଥିଲି। ଏହାପରେ ଭାବିଥିଲି ପ୍ରଦର୍ଶନରେ ଆଉ ଉନ୍ନତି ଆସିବ ନାହିଁ। ଏବେ ମୁଁ ସ୍ପେଶାଲ ଟ୍ରେନିଂ ନେଉଛି। କୋଚ, ଆସିଷ୍ଟାଣ୍ଟ କୋଚ୍‌, ଫିଜିଓ, ଟ୍ରେନରଙ୍କ ସହାୟତାରେ କଳିଙ୍ଗ ଷ୍ଟାଡିୟମରେ ଟ୍ରେନିଂ ନେଉଛି। ଯଦି ଟ୍ରେନିଂ ପାଇଁ ବିଦେଶ ଯିବାକୁ ହୁଏ ତାହାଲେ ଯିବି। ରାଜ୍ୟ ସରକାର ମୋତେ ପ୍ରତିଶ୍ରୁତି ଅନୁଯାୟୀ ସହାୟତା ପ୍ରଦାନ କରୁଛନ୍ତି। ଯଦି ସବୁ କିଛି ଠିକ୍‌ଠାକ ଚାଲେ ତାହାଲେ ଅଲିମ୍ପିକ୍‌ ଯୋଗ୍ୟତା ହାସଲ କରିବି ବୋଲି ଦୂତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri