୧୨ କି.ମି. ରାସ୍ତାକୁ ବନ ବିଭାଗ କଣ୍ଟା: ରୋହିତଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଦୁଇ ପଞ୍ଚାୟତବାସୀ

ନାକଟିଦେଉଳ,୧୧।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ରାଇଲ ଗ୍ରାମଠାରୁ କୁଡ଼ାନାଳୀ ଗ୍ରାମ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା କାମ ଅଟକିଛି। ବନ ବନ ବିଭାଗ ପୂର୍ତ୍ତ ବିଭାଗକୁ ଅନୁମତି ଦେଉନି। ଜାମୁଯୋରୀ ଏବଂ ଘୋଷରାମାଳ ପଞ୍ଚାୟତବାସୀ ଏ ନେଇ ବୁଧବାର ଭୁବନେଶ୍ୱରଠାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବନ ବିଭାଗ ବିରୋଧରେ ଫେରାଦ ହୋଇଛନ୍ତି। ଏହାସହ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ରେଢାଖୋଲ ବିଧାୟକ ତଥା ସରକାରୀ ଦଳର ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କ ଉପସ୍ଥିତିରେ ଏମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ସେମାନେ ଦାବି ପତ୍ରରେ ଦର୍ଶାଇଛନ୍ତି ଯେ, ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକର କୁଡ଼ାନାଳୀ, ତଳନାଳୀ, ଲୁବୁରୀ, ଟାପକୁଳିଝରଣ, ଶଙ୍ଖପୁର, କଇଁଗ, ରାଇଲ, ଧାତୁକିମାଳ, ଲାଣ୍ଡିମାଳ ଆଦି ଗ୍ରାମ ଗୁଡ଼ିକ ବଣପାହାଡ଼ ଘେରା ଆଭ୍ୟନ୍ତରୀଣ ଅଞ୍ଚଳରେ ଅବସ୍ଥିତ। ସ୍ବାଧୀନତାର ୭୨ବର୍ଷ ବିତି ଯାଇଥିଲେ ମଧ୍ୟ ଉକ୍ତ ଗ୍ରାମଗୁଡ଼ିକର ଜନସାଧାରଣ ସରକାରଙ୍କ ବିଭିନ୍ନ ମୌଳିକ ସୁବିଧା ହାତେଇବାରୁ ବଞ୍ଚିତ ହୋଇଛନ୍ତି । ଦୀର୍ଘ ଦିନ ହେବ ଏହି ଅଞ୍ଚଳକୁ ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ବାରମ୍ବାର ଦାବି କରିବା ଫଳରେ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣ ପାଇଁ ଟଙ୍କା ମଞ୍ଜୁର ହୋଇଛି । କିନ୍ତୁ ରାସ୍ତା ନିର୍ମାଣ କରିବା ପାଇଁ ବନ ବିଭାଗ ପକ୍ଷରୁ ଅନୁମତି ଦିଆ ଯାଉ ନାହିଁ। ଫଳରେ ରାସ୍ତା କାମ ଆରମ୍ଭ ହୋଇପାରୁ ନାହଁି। ଏଣୁ ରାସ୍ତା କାମ ବନ୍ଦ ହେବାର ଆଶଙ୍କା ମଧ୍ୟ ଦେଖା ଦେଇଛି । ଏହି ରାସ୍ତା ନିର୍ମାଣ ପାଇଁ ଜିଲା ପ୍ରଶାସନ ଏବଂ ରାଜ୍ୟ ସରକାର ଦୃଷ୍ଟି ଦେଲେ ଏବଂ ବନବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଗଲେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ରେଢାଖୋଲ ଏବଂ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଜନସାଧାରଣ ଉପକୃତ ହେବେ। ସେମାନଙ୍କ ଗମନାଗମନ ସୁବିଧା ଓ ସହଜ ହେବା ସହ ଅର୍ଥନୈତିକ ଅଭିବୃଦ୍ଧିରେ ବିଶେଷ ସହାୟକ ହୋଇପାରିବ। ତେଣୁ ଏ ଦିଗରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଦୃଷ୍ଟିଦେଇ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବା ସମୟରେ ବ୍ଲକ ବିଜେଡ଼ି ସଭାପତି ମୁଳିଆ ରାଉଳ, ଗୋଲେଖ ମାଝୀ, ପ୍ରଫୁଲ୍ଲ ପ୍ରଧାନ, ରବି ମାଝୀ, ରାହୁଲ ପ୍ରଧାନ, ବାଳକୃଷ୍ଣ ସାହୁ, ସୁନୀଲ ମାଝୀ, ସୁଶୀଳ ବିଶ୍ୱାଳ ଏବଂ ସାଗର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri