୧୨ ପର୍ଯ୍ୟନ୍ତ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଓ ବରଗଡ଼ ଆଦି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏସବୁ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି। ଶନିବାର ସମ୍ବଲପୁରରେ ସର୍ବାଧିକ ୯୯.୪ ମିଲିମିଟର ବର୍ଷା ହୋଇଥିବାବେଳେ ହୀରାକୁଦରେ ୭୦.୫, ଅନୁଗୋଳରେ ୩୬ ଓ ଭବାନୀପାଟଣାରେ ୩୨ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟପଟେ ଲଗାଣ ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ନଦୀରେ ବଢ଼ିଛି ଜଳସ୍ତର। ଶନିବାର ଅପରାହ୍ନ ସୁଦ୍ଧା ବୈତରଣୀର ଜଳସ୍ତର ବଢ଼ୁଥିବା ଲକ୍ଷ୍ୟ କରାଯାଇଛି। ଭଦ୍ରକ ଆଖାପଦାଠାରେ ବୈତରଣୀ ଏବେ ବିପଦ ସଙ୍କେତ ଉପରେ ବହୁଥିବାରୁ ନଦୀ କୂଳିଆ ଲୋକେ ବର୍ତ୍ତମାନ ଏହାକୁ ନେଇ ଆତଙ୍କିତ ହୋଇପଡ଼ିଛନ୍ତି। ସମ୍ଭାବ୍ୟ ବନ୍ୟାସ୍ଥିତି ଓ ଭୂସ୍ଖଳନ ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର ଓ ଖାଦ୍ୟ ପାନୀୟ ବ୍ୟବସ୍ଥା ସୁନିଶ୍ଚିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri