Posted inଫୁରସତ

୧୨ ବର୍ଷରେ ୭୦ରୁ ଊର୍ଦ୍ଧ୍ୱ ମେଡାଲ : ଲକ୍ଷ୍ୟ ଆଇଆଇଟି ଇଞ୍ଜିନିୟର, ସଫଳ ମଡେଲ

ବାଲେଶ୍ୱର ସହରର ଝିଅ ପ୍ରତ୍ୟାଶା ପରିଜା। ମାତ୍ର ୧୨ବର୍ଷ ବୟସରୁ ସେ ପାଇସାରିଲେଣି ୭୦ରୁ ଊର୍ଦ୍ଧ୍ୱ ପୁରସ୍କାର। ମଡେଲିଂ ହେଉ କି ଡ୍ୟାନ୍ସ, ଚିତ୍ରାଙ୍କନ, ବକ୍ତୃତା, ରଚନା ସେ ସବୁଥିରେ ନିଜର ପ୍ରତିଭା ଦେଖାଇ ସାରିଛନ୍ତି। ଚଳିତବର୍ଷ ସେ ମଡେଲିଂରେ ସ୍କୁଲ ପକ୍ଷରୁ ଶ୍ରେଷ୍ଠ ବିବେଚିତ ହୋଇ ଭୁବନେଶ୍ୱରରେ ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଫଳରେ ସେ ‘ଓଡ଼ିଶା ଜୁନିୟର ଟପ୍‌ ମଡେଲ ପ୍ରତିଯୋଗିତା’ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। କେରଳରେ ଜେଏମ୍‌ଆଇ (ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ) ପ୍ରତିଯୋଗିତାରେ ସେ ଭାଗ ନେବାକୁ ସୁଯୋଗ ପାଇଛନ୍ତି। ସହରର ଶ୍ରୀକଣ୍ଠପୁର ବିବେକାନନ୍ଦ ମାର୍ଗ ଅଞ୍ଚଳର ସୁସ୍ମିତା ଓ ତନ୍ମୟ ପରିଜାଙ୍କ ଝିଅ ପ୍ରତ୍ୟାଶା। ସେ ସେଣ୍ଟ ଭିନ୍‌ସେଣ୍ଟ କନ୍‌ଭେଣ୍ଟ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢୁଛନ୍ତି। ସେ ଏକ ଚ୍ୟାନେଲରେ ପ୍ରସାରିତ ନୃତ୍ୟ ପ୍ରତିଯୋଗିତାରେ ଭାଗ ନେଇ ଖୁବ୍‌ ଚର୍ଚ୍ଚାକୁ ଆସିଥିଲେ। ସେହିପରି ପର୍ଯ୍ୟଟନ ବିଭାଗ ସହଯୋଗରେ ଭୁବନେଶ୍ୱରରେ ଆୟୋଜିତ ‘କଳିଙ୍ଗ କନ୍ୟା ରନତ୍-୨୦୧୮’ ଭାବେ ଶ୍ରେଷ୍ଠ ଜୁନିୟର ମଡେଲ ହେବାର ଗୌରବ ଅର୍ଜନ କରିଥିଲେ। ଏହାପରେ ସେ ‘ମିସ୍‌ ଚନ୍ଦ୍ରଭାଗା ୨୦୧୮’ ଟାଇଟଲ ମଧ୍ୟ ଜିତିଥିଲେ। ୨୦୧୭ରେ ବାଲେଶ୍ୱର ମଡର୍ନ ଇଞ୍ଜିନିୟରିଂ କଲେଜରେ ‘ଇସ୍ରୋ’ ପକ୍ଷରୁ ହୋଇଥିବା ଚିତ୍ରାଙ୍କନ ପ୍ରତିଯୋଗିତାରେ ସେ ଶ୍ରେଷ୍ଠ ବିବେଚିତ ହୋଇଥିଲେ। ପ୍ରତିଭାଧାରୀ ପ୍ରତ୍ୟାଶା ପାଠପଢ଼ାରେ ମଧ୍ୟ ପଛରେ ନାହାନ୍ତି। ପ୍ରଥମରୁ ସେ ଲଗାତର ପ୍ରଥମ ସ୍ଥାନ ଅଧିକାର କରି ଆସୁଛନ୍ତି। ସେ ଭବିଷ୍ୟତରେ ଜଣେ ଆଇଆଇଟି ଇଞ୍ଜିନିୟର ହେବା ସହ ସଫଳ ମଡେଲ ହେବାକୁ ମଧ୍ୟ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri