୧୩୬ ଛାତ୍ରଙ୍କୁ ପଢ଼ାଉଛନ୍ତି ଜଣେ ଶିକ୍ଷକ

ଚନ୍ଦ୍ରଗିରି,୨୧ା୭(ଡି.ଏନ୍‌.ଏ.)-‘ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ’ ନାରାଦେଇ ସରକାର ସମସ୍ତଙ୍କ ପାଖରେ ଶିକ୍ଷା ବ୍ୟବସ୍ଥା ପହଞ୍ଚାଇବାକୁ ବହୁ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ମଧ୍ୟାହ୍ନଭୋଜନ, ମାଗଣାରେ ପାଠ୍ୟପୁସ୍ତକ, ପୋଷାକ, ସାଇକେଲ ଆଦି ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ବିଭିନ୍ନ ସ୍ଥାନରେ ମୌଳିକ ସମସ୍ୟା ଏବେ ବି ଲାଗି ରହିଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଧାଡ଼ିଆମ୍ବ ଉଚ୍ଚ ପ୍ରାଥମିକ (ଏମ୍‌ଇ) ବିଦ୍ୟାଳୟରେ। ୧୯୯୪ରେ ସ୍ଥାପିତ ଏହି ବିଦ୍ୟାଳୟ ୨୦୦୦ରେ ଅପଗ୍ରେଡ଼ (ବ୍ଲକଅନୁଦାନ) ମାନ୍ୟତା ପାଇଛି। ବର୍ତ୍ତମାନ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୩୬ ଜଣ ଛାତ୍ର ପଢୁଛନ୍ତି। ସେମାନଙ୍କ ମଧ୍ୟରୁ ୧୨୦ ଛାତ୍ର ଅନ୍ତେବାସୀ ଭାବେ ରହିବା ଖାଇବା ପାଇଁ ହଷ୍ଟେଲ ବ୍ୟବସ୍ଥା ରହିଛି। ଜିଲାର ବିଭିନ୍ନ ସ୍ଥାନରୁ ଛାତ୍ରମାନେ ଆସି ଏଠାରେ ରହୁଛନ୍ତି। ବିଦ୍ୟାଳୟ ଦୁଇ ମହଲା ବିଶିଷ୍ଟ ହଷ୍ଟେଲ ବିଲ୍ଡିଂ, ଶ୍ରେଣୀ ଗୃହ ସହ ପାଚେରି ମଧ୍ୟ ରହିଛି। ସବୁ ସୁବିଧା ଥାଇ ମଧ୍ୟ ଦୀର୍ଘବର୍ଷ ହେଲା ଜଣେ ସରକାରୀ ଶିକ୍ଷକରେ ଚାଲିଛି ପାଠପଢ଼ା। ଶିକ୍ଷକ ଅନୁପସ୍ଥିତ ରହିଲେ ରୋଷେୟା କାମ ସାରି ପିଲାଙ୍କୁ ପାଠ ମଧ୍ୟ ପଢାନ୍ତି। ଗୋଟିଏ ନଳକୂପ ଥିବାରୁ ଖରାପ ହେଲେ ଛାତ୍ରମାନେ ବାହାରକୁ ଯାଉଛନ୍ତି ଗାଧୋଇବାକୁ। ଗୋଟିଏ ପାଣିପମ୍ପ ଥିବାରୁ ବିଦ୍ୟୁତ୍‌ ସେବା ବ୍ୟାହତହେଲେ ଟାଙ୍କିକୁ ପାଣି ଉଠିବାରେ ଅସୁବିଧା ହେଉଛି। ସମସ୍ୟା ସମ୍ପର୍କରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପାଳ ଉପରିସ୍ଥ ଅଧିକାରୀଙ୍କୁ ବାରମ୍ବାର ଅବଗତ କଲେ ମଧ୍ୟ ସୁଫଳ ମିଳୁ ନ ଥିବା କହିଛନ୍ତି। ତୁରନ୍ତ ଏହାର ସମାଧାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏନେଇ ଗଜପତି ଜିଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କୁ ପଚାରିବାରୁ ତାହା ଏକ ଅପଗ୍ରେଡ ସ୍କୁଲ, କିନ୍ତୁ ସେଠାରେ ଯେହେତୁ ଛାତ୍ରମାନେ ପାଠ ପଢୁଛନ୍ତି ତେଣୁ ଯଥାଶୀଘ୍ର ୨ଜଣ ଶିକ୍ଷକ ନିୟୋଜିତ କରାଯିବ। ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରି ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri