୧୩ ବସ୍ତା ଗୁଟ୍‌ଖା ଜବତ, ୫ ଗିରଫ

ଗୋପାଳପୁର,୨୨ା୪- ଗୁଟ୍‌ଖା ଚାଲାଣ ବେଳେ ଗୋଳନ୍ଥରା ପୋଲିସ ସୋମବାର ଚଢାଉ କରି ୧୩ ବସ୍ତା ଗୁଟ୍‌ଖା ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବ୍ରହ୍ମପୁର ମହାନଗର ନିଗମ ପାଣିଗ୍ରାହିପେଣ୍ଠ ସାହିର କାହ୍ନୁଚରଣ ପାଣିଗ୍ରାହି, ଶ୍ରୀଧର ବେହେରା, ବଡ଼ବଜାର ଗୌଡ଼ସାହିର ବି. ଶ୍ରୀନିବାସ ପାତ୍ର, ସତ୍ୟନାରାୟଣ ଦାଶ ଓ ପାତ୍ରପୁରର ବି. ରଞ୍ଜନ ପାତ୍ର। ଘଟଣାସ୍ଥଳରୁ ୨ ଜଣ ଫେରାର ହୋଇଯାଇଛନ୍ତି। ନଂ.୧୭/୨୦ରେ ମାମଲା ରୁଜୁକରି ୫ ଜଣ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସ୍ମିତା ଦାଶ ସୂଚନା ଦେଇଛନ୍ତି। କିଛିଦିନ ହେଲା ବ୍ରହ୍ମପୁରରୁ ଟାମଣା ରାସ୍ତା ଦେଇ ପାତ୍ରପୁରକୁ ଗୁଟଖା ଚାଲାଣ ହେଉଥିଲା। ସୋମବାର ମଧ୍ୟାହ୍ନରେ ୭ ଜଣ ବେପାରୀ ୩ ବାଇକରେ ଗୁଟ୍‌ଖା ଧରି ଯାଉଥିବା ଖବର ପାଇ ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକ ସଦଳବଳ ଟାମଣା ରାସ୍ତାସ୍ଥିତ ଘଟକେଶ୍ୱର ମନ୍ଦିର ନିକଟରେ ଅଟକାଇଥିଲେ। ୫ ଜଣଙ୍କୁ କାବୁ କରିଥିବା ବେଳେ ୨ ଜଣ ଚମ୍ପଟ ମାରିଥିଲେ। ୪ବସ୍ତା ଗୁଟ୍‌ଖା ଓ ୩ଟି ବାଇକ ପୋଲିସ ଜବତ କରିଥିଲା। ସୋମବାର ସନ୍ଧ୍ୟାରେ ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଗୋଳନ୍ଥରା ଓ ବଡ଼ବଜାର ପୋଲିସ ପାଣିଗ୍ରାହୀପେଣ୍ଠସ୍ଥିତ ଗୋଦାମ ଉପରେ ଚଢ଼ାଉ କରି ୯ ବସ୍ତା ଗୁଟ୍‌ଖା ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri